ଆଜି 10 କରୋନା ଆକ୍ରାନ୍ତଙ୍କ ମୃତ୍ୟୁ : ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା 700 ଟପିଲା

Published: Sep 20, 2020, 11:23 am IST

ଭୁବନେଶ୍ବର : ରାଜ୍ୟରେ ଆଉ 10 କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । କଟକ ଓ ପୁରୀ ଜିଲ୍ଲାରୁ ସର୍ବାଧିକ 2 ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ବଲାଙ୍ଗିର, ଗଞ୍ଜାମ, କଳାହାଣ୍ଡି, ଖୋର୍ଦ୍ଧା, ମୟୂରଭଞ୍ଜ ଓ ସମ୍ବଲପୁର ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି । ରାଜ୍ୟରେ ମୋଟ୍‌ କରୋନା ଜନିତ ମୃତୁ ସଂଖ୍ୟା 701କୁ ବୃଦ୍ଧି ହୋଇଛି ।

ପୁରୀଜଣେ 60 ବର୍ଷୀୟା ମହିଳା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଥିବାବେଳେ ଅନ୍ୟ ଜଣେ 54 ବର୍ଷୀୟ ପୁରୁଷଙ୍କର ମୃତ୍ୟୁ ହୋଇଛି ।  କଟକରୁ ଦୁଇ ଆକ୍ରାନ୍ତଙ୍କ ମଧ୍ୟରେ ଜଣେ 62 ବର୍ଷୀୟ ପୁରୁଷ ଓ ଅନ୍ୟ ଜଣେ 84 ବର୍ଷୀୟ ପୁରୁଷ ଆକ୍ରାନ୍ତ ବୋଲି ସୂଚନା ରହିଛି। ବଲାଙ୍ଗିରରୁ 40 ବର୍ଷୀୟ ପୁରୁଷ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଥିବାବେଳେ କଳାହାଣ୍ଡିରୁ 65 ବର୍ଷୀୟ ପୁରୁଷ, ଖୋର୍ଦ୍ଧା ଜିଲ୍ଲାରୁ 92 ବର୍ଷୀୟ ପୁରୁଷ, ମୟୂରଭଞ୍ଜରୁ 80 ବର୍ଷୀୟା ମହିଳା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି । ସେହିପରି ସମ୍ବଲପୁରରୁ 53 ବର୍ଷୀୟ ପୁରୁଷ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଥିବାବେଳେ ଗଞ୍ଜାମରୁ 68 ବର୍ଷୀୟ ପୁରୁଷ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି ।

Related posts