ଭୁବନେଶ୍ବର: ଆଜି ରାଜ୍ୟରେ ୪ ହଜାର ୧୮ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି। ଖୋର୍ଦ୍ଧାରୁ ସର୍ବାଧିକ ୮୪୦ ଜଣ ସୁସ୍ଥ ହୋଇଥିବା ବେଳେ କଟକରୁ ୪୩୪ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ସେହିପରି ପୁରୀରୁ ୨୭୪, ବାଲେଶ୍ବରରୁ ୧୯୪, କେନ୍ଦ୍ରାପଡାରୁ ୧୩୯, ସୋନପୁରରୁ ୧୩୬, ଜଗତସିଂହପୁରରୁ ୧୨୬, ଯାଜପୁରରୁ ୧୨୦, ଅନୁଗୁଳରୁ ୧୧୬, ରାୟଗଡାରୁ ୧୧୩, ଝାରସୁଗୁଡାରୁ ୧୧୧, ଭଦ୍ରକରୁ ୧୦୪, ବରଗଡରୁ ୯୫, ସମ୍ବଲପୁରରୁ ୯୦, ସୁନ୍ଦରଗଡରୁ ୯୦, କୋରାପୁଟରୁ ୮୮, ମୟୂରଭଞ୍ଜରୁ ୮୩, ନୂଆପଡାରୁ ୭୭, କନ୍ଧମାଳରୁ ୭୫, ନବରଙ୍ଗପୁରରୁ ୭୧, ଢେଙ୍କାନାଳରୁ ୬୭, ଗଞ୍ଜାମରୁ ୬୭, ନୟାଗଡରୁ ୬୦, କେନ୍ଦୁଝରରୁ ୫୭, ବଲାଙ୍ଗିରିରୁ ୪୬, କଳାହାଣ୍ଡିରୁ ୪୨, ବୌଦ୍ଧରୁ ୩୪, ମାଲକାନଗିରିରୁ ୩୩, ଦେବଗଡରୁ ୧୭, ଗଜପତିରୁ ୧୫, ଷ୍ଟେଟ ପୁଲରୁ ୨୦୪ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଆଜିର ସୁସ୍ଥ ସଂଖ୍ୟାକୁ ମିଶାଇ ସୁସ୍ଥ ସଂଖ୍ୟା ୧ ଲକ୍ଷ ୪୫ ହଜାର ୬୭୫ କୁ ବୃଦ୍ଧି ହୋଇଛି। ତେବେ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧ ଲକ୍ଷ ୭୯ ହଜାର ୮୮୦ ଜଣ ଥିବାବେଳେ ଚିକିତ୍ସାଧୀନ ଅଛନ୍ତି ୩୩ ହଜାର ୪୫୧ ଜଣ ଏବଂ ୭୦୧ ଜଣ କରୋନାରେ ମୃତ୍ୟୁ ବରଣ କରିଛନ୍ତି।
ଆଜି ରାଜ୍ୟରେ ସୁସ୍ଥ ହେଲେ ୪ ହଜାର ୧୮ ଜଣ କରୋନା ଆକ୍ରାନ୍ତ
Published:
Sep 20, 2020, 8:08 pm IST