ଆଜି ରାଜ୍ୟରୁ ୧୧ ଜଣଙ୍କ କରୋନାରେ ମୃତ୍ୟୁ: ମୃତ୍ୟୁ ସଂଖ୍ୟା ୭୨୧ କୁ ବୃଦ୍ଧି

Published: Sep 22, 2020, 11:51 am IST

ଭୁବନେଶ୍ବର: ଆଜି ରାଜ୍ୟରୁ ୧୧ ଜଣଙ୍କ କରୋନାରେ ମୃତ୍ୟୁ ହୋଇଛି। ବାଲେଶ୍ଵର, ବଲାଙ୍ଗିରି, ଗଞ୍ଜାମ ଓ ମାଲକାନଗିରିରୁ ୨ ଜଣ ଲେଖାଏଁ କରୋନାରେ ମୃତ୍ୟୁ ହୋଇଥିବା ବେଳେ ଭଦ୍ରକ, ଖୋର୍ଦ୍ଧା, ପୁରୀରୁ ଜଣେ ଲେଖାଏଁ କରୋନା ରେ ମୃତ୍ୟୁ ହୋଇଛି। ତେବେ ରାଜ୍ୟରେ ମୋଟ କୋରୋନଜନିତ ମୃତ୍ୟୁ ସଂଖ୍ୟା ୭୨୧ କୁ ବୃଦ୍ଧି ହୋଇଛି।

ବାଲେଶ୍ବରରୁ ଜଣେ ୬୫ ବର୍ଷୀୟ ପୁରୁଷ ଆଉ ଜଣେ ୫୦ ବର୍ଷୀୟ ମହିଳାଙ୍କ କରୋନାରେ ମୃତ୍ୟୁ ହୋଇଛି। ବଲାଙ୍ଗିରିରୁ ଜଣେ ୬୦ ବର୍ଷୀୟ ପୁରୁଷ ଓ ଜଣେ ୪୨ ବର୍ଷୀୟ ମହିଳାଙ୍କ ମୃତ୍ୟୁ ହୋଇଛି। ସେହିପରି ଗଞ୍ଜାମରୁ ଜଣେ ୭୦ ବର୍ଷୀୟ ପୁରୁଷ ଏବଂ ଆଉ ଜଣେ ୭୭ ବର୍ଷୀୟ ପୁରୁଷଙ୍କ ମୃତ୍ୟୁ ହୋଇଛି। ମାଲକାନଗିରିରୁ ଜଣେ ୫୪ ବର୍ଷୀୟ ପୁରୁଷ ଏବ ଆଉ ଜଣେ ୪୦ ବର୍ଷୀୟ ପୁରୁଷଙ୍କ ମୃତ୍ୟୁ ହୋଇଛି। ଭଦ୍ରକରୁ ଜଣେ ୬୮ ବର୍ଷୀୟ ପୁରୁଷ, ପୁରୀରୁ ଜଣେ ୫୧ ବର୍ଷୀୟ ପୁରୁଷ ଏବଂ ଆଉ ଜଣେ ଭୁବନେଶ୍ବରରୁ ୯୦ ବର୍ଷୀୟ ବୃଦ୍ଧାଙ୍କ କରୋନାରେ ମୃତ୍ୟୁ ହୋଇଛି।

Related posts