Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବାଲୁଗାଁ ବାଇପାସରେ ସଡ଼କ ଦୁର୍ଘଟଣା: ଅଳ୍ପକେ ବର୍ତ୍ତିଲେ ବ୍ରହ୍ମପୁର ଏମକେସିଜି ଡାକ୍ତର
ଆଜିର ଖବର

ବାଲୁଗାଁ ବାଇପାସରେ ସଡ଼କ ଦୁର୍ଘଟଣା: ଅଳ୍ପକେ ବର୍ତ୍ତିଲେ ବ୍ରହ୍ମପୁର ଏମକେସିଜି ଡାକ୍ତର

September 24, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ 

ବାଲୁଗାଁ: ଆଜି ମଧ୍ୟାହ୍ନରେ ଖୋର୍ଦ୍ଧା ଜିଲ୍ଲା ବାଲୁଗାଁ ବାଇପାସ ୧୬ ନମ୍ବର ଜାତୀୟ ରାଜପଥ ସୁବୁଦ୍ଧିପାଟଣା ଛକ ନିକଟରେ ଏକ ସଡ଼କ ଦୁର୍ଘଟଣା ଘଟିଯାଇଛି। ଯେଉଁଥିରେ ଅଳ୍ପକେ ବର୍ତ୍ତିଲେ ଜଣେ ଡାକ୍ତର।

ମିଳିଥିବା ସୂଚନା ଅନୁଯାୟୀ ଆଜି ମଧ୍ୟାହ୍ନ ବାର ଘଟିକା ସମୟରେ ବଡ଼ବିଲରୁ ଗୋପାଳପୁର ବନ୍ଦର ଯାଉଥିବା ଏକ ଆଇରନ ବୋଝେଇ ଟ୍ରକ(ଓଆର ୦୧ ଏଲ ୯୦୪୫) କୁ ବାଲୁଗାଁ ବାଇପାସ ସୁବୁଦ୍ଧିପାଟଣା ଛକ ନିକଟରେ ଭୁବନେଶ୍ୱରରୁ ବ୍ରହ୍ମପୁର ଏମକେସିଜି ମେଡିକାଲ ଯାଉଥିବା ଏକ ହୁଣ୍ଡାଇ କାର(ଓଡ଼ି ୦୨ ଏଡି ୩୪୭୨) ପଛପଟୁ ଧକ୍କା ଦେଇଥିଲା। ହେଲେ କାର ଚାଳକଙ୍କ ଅସାବଧାନତା ଲାଗି ଏହି ଦୁର୍ଘଟଣା ହୋଇଥିବାର ଅନୁମାନ କରାଯାଉଛି।

ଦୁର୍ଘଟଣାରେ କାରର ଆଗ ପାଖ ସମ୍ପୂର୍ଣ ନଷ୍ଟ ହୋଇଯାଇଥିବା ସ୍ଥଳେ କାର ଚାଳକ ଘଟଣାସ୍ଥଳରୁ ଫେରାର ହୋଇଯାଇଛନ୍ତି। ଉକ୍ତ ଦୁର୍ଘଟଣାଗ୍ରସ୍ତ କାରଟିର ମାଲିକ ଡାକ୍ତର ବିଜୟ କୁମାର ନାୟକ। ସେ ନିଜେ ତାଙ୍କ ଗାଡିରେ ଯାତ୍ରା କରୁଥିବା ବେଳେ ଗାଡିଟି ଦୁର୍ଘଟଣାଗ୍ରସ୍ତ ହୋଇଥିଲେ। ଯେଉଁଥିରେ ସୌଭାଗ୍ୟବଶତଃ ଡାକ୍ତର ଅଳ୍ପକେ ବର୍ତ୍ତୀଯାଇଛନ୍ତି। ଖବର ପାଇ ନାଭାଲ ଫାଣ୍ଡି ପୋଲିସ ଘଟଣାସ୍ଥଳରେ ପହଁଚି ଡାକ୍ତରଙ୍କୁ ଉଦ୍ଧାର କରିଥିବାବେଳେ ଗାଡ଼ି ଜବତ କରି ତଦନ୍ତ ଚଳାଇଛି। ଡାକ୍ତର ଶ୍ରୀ ନାୟକ ସୁସ୍ଥ ଥିବା ଜଣାପଡିଛି।

balugaon car accident doctor ବାଲୁଗାଁ ବାଇପାସ ସଡକ ଦୁର୍ଘଟଣା
Share. Facebook Twitter LinkedIn Email WhatsApp Copy Link

Related Posts

ମୁଖ୍ୟମନ୍ତ୍ରୀଙ୍କୁ ବିଶ୍ୱ ଆଥଲେଟିକ୍ସ ଚମ୍ପିଅନସିପ୍ ର ପତାକା ପ୍ରଦାନ କଲେ ସୂର୍ଯ୍ୟବଂଶୀ ସୂରଜ

April 5, 2026

୨୦୨୫-୨୬ରେ ରେକର୍ଡ ମାଲ ପରିବହନ ସହ ରେଳବାଇର ଉଲ୍ଲେଖନୀୟ ସଫଳତା

April 5, 2026

ଏସଆଇଆର କାର୍ଯ୍ୟରେ ଗୁରୁତର ଅବହେଳା ଅଭିଯୋଗରେ ସହକାରୀ ଶିକ୍ଷକ ନିଲମ୍ବିତ

April 5, 2026

ସୁବର୍ଣ୍ଣପୁର ଜିଲ୍ଲାର ହାଇଟେକ୍ ସର୍ଭେ ସମ୍ପର୍କରେ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ

April 5, 2026
Latest News

ମୁଖ୍ୟମନ୍ତ୍ରୀଙ୍କୁ ବିଶ୍ୱ ଆଥଲେଟିକ୍ସ ଚମ୍ପିଅନସିପ୍ ର ପତାକା ପ୍ରଦାନ କଲେ ସୂର୍ଯ୍ୟବଂଶୀ ସୂରଜ

April 5, 2026

୨୦୨୫-୨୬ରେ ରେକର୍ଡ ମାଲ ପରିବହନ ସହ ରେଳବାଇର ଉଲ୍ଲେଖନୀୟ ସଫଳତା

April 5, 2026

ଏସଆଇଆର କାର୍ଯ୍ୟରେ ଗୁରୁତର ଅବହେଳା ଅଭିଯୋଗରେ ସହକାରୀ ଶିକ୍ଷକ ନିଲମ୍ବିତ

April 5, 2026

ସୁବର୍ଣ୍ଣପୁର ଜିଲ୍ଲାର ହାଇଟେକ୍ ସର୍ଭେ ସମ୍ପର୍କରେ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ

April 5, 2026

୩୯୮.୩୬ କୋଟିର ଅପ୍ଟିକାଲ ଫାଇବର କେବୁଲ ପ୍ରକଳ୍ପକୁ ଭାରତୀୟ ରେଳବାଇର ମଞ୍ଜୁରୀ

April 5, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.