ନୂଆଦିଲ୍ଲୀ: ଦେଶରେ ଗତ ୨୪ ଘଣ୍ଟାରେ ୮୬ ହଜାର ୫୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଦେଶରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୫୮ ଲକ୍ଷ ୧୮ ହଜାର ୫୭୧ କୁ ବୃଦ୍ଧି ହୋଇଛି। ସେହିପରି ଦେଶରେ ୨୪ ଘଣ୍ଟାରେ ୧୧୪୧ ଜଣ କରୋନା ଆକ୍ରାନ୍ତ ମୃତ୍ୟୁବରଣ କରିଛନ୍ତି।
ତେବେ ମୋଟ ସକ୍ରିୟ କେସ ୯ ଲକ୍ଷ ୭୦ ହଜାର ୧୧୬ ଥିବା ବେଳେ ଥିବା ବେଳେ ସୁସ୍ଥ ହୋଇ ଘରକୂ ଫେରିଥିବା ଆକ୍ରାନ୍ତଙ୍କ ସଂଖ୍ୟା ୪୭ ଲକ୍ଷ ୫୬ ହଜାର ୧୬୪ ରହିଛି ଏବଂ ଦେଶରେ କୋରୋନଜନିତ ମୋଟ ମୃତ୍ୟୁ ସଂଖ୍ୟା ୯୨ ହଜାର ୨୯୦ ରେ ପହଞ୍ଚିଛି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ସୂଚନା ରହିଛି।