
ଭୁବନେଶ୍ବର : ରାଜ୍ୟର 5ଟି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଏହି ସବୁ ଜିଲ୍ଲାଗୁଡିକ ମଧ୍ୟରେ ରହିଛି ଗଜପତି, ମାଲକାନଗିରି, କୋରାପୁଟ, ରାୟଗଡା ଓ କନ୍ଧମାଳ ଜିଲ୍ଲା । ସେହିପରି ଘୂର୍ଣ୍ଣିଝଡ ଓ ବଜ୍ରପାତ ନେଇ 17ଟି ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ ଜାରି କରିଛି ବାଲେଶ୍ବର, ଭଦ୍ରକ, କଟକ, ଜଗତସିଂହପୁର, ଯାଜପୁର, କେନ୍ଦ୍ରାପଡା, ଗଜପତି, ଗଞ୍ଜାମ, ଖୋର୍ଦ୍ଧା, ପୁରୀ, ନୟାଗଡ, କନ୍ଧମାଳ, କଳାହାଣ୍ଡି, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ ଜାରି ହୋଇଛି ।
Tags: rain