ଆଜି ରାଜ୍ୟରେ ସୁସ୍ଥ ହେଲେ ରେକର୍ଡ ସଂଖ୍ୟକ ୪୭୬୧ କରୋନା ଆକ୍ରାନ୍ତ

Published: Sep 26, 2020, 8:54 pm IST

ଭୁବନେଶ୍ବର: ଆଜି ରାଜ୍ୟରୁ ସର୍ବାଧିକ ୪୭୬୧ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ତେବେ ରାଜ୍ୟରେ ସର୍ବମୋଟ ସୁସ୍ଥ ହୋଇ ଘରକୁ ଫେରିଥିବା ଆକ୍ରାନ୍ତଙ୍କ ସଂଖ୍ୟା୧ ଲକ୍ଷ ୭୦ ହଜାର ୧୯୩ କୁ ବୃଦ୍ଧି ହୋଇଛି। ରାଜ୍ୟରେ ସମୁଦାୟ ୨ ଲକ୍ଷ ୫ ହଜାର ୪୫୨ କରୋନାରେ ସଂକ୍ରମିତ ହୋଇଥିବା ବେଳେ ୩୪ ହଜାର ୪୨୩ ଜଣ ଚିକିତ୍ସିତ ହେଉଛନ୍ତି ଏବଂ ମୋଟ ୭୮୩ ଜଣ କୋରଣା ଆକ୍ରାନ୍ତ ମୃତ୍ୟୁବରଣ କରିଛନ୍ତି।

ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୧୭୩ ଜଣ ସୁସ୍ଥ ହୋଇଥିବା ବେଳେ କଟକରୁ ୪୧୧ ଜଣ, ମୟୂରଭଞ୍ଜରୁ ୨୧୬, ସୁନ୍ଦରଗଡରୁ ୧୬୭, ଯାଜପୁରରୁ ୧୪୨, ବରଗଡରୁ ୧୪୧, ବାଲେଶ୍ବରରୁ ୧୩୭, ନବରଙ୍ଗପୁରରୁ ୧୧୪, ପୁରୀରୁ ୧୦୯, ଜଗତସିଂହପୁରରୁ ୧୦୩, ସୋନପୁରରୁ ୧୦୩, କୋରାପୁଟରୁ ୧୦୨, ଅନୁଗୁଳରୁ ୧୦୧, ଢେଙ୍କାନାଳରୁ ୯୮, କଳାହାଣ୍ଡିରୁ ୯୭, ଝାରସୁଗୁଡାରୁ ୯୨, ସମ୍ବଲପୁରରୁ ୯୧, କେନ୍ଦୁଝରରୁ ୯୦, କନ୍ଧମାଳରୁ ୮୯, କେନ୍ଦ୍ରାପଡାରୁ ୮୯, ଭଦ୍ରକରୁ ୮୬, ମାଲକାନଗିରିରୁ ୬୬, ବଲାଙ୍ଗିରିରୁ ୬୫, ବୌଦ୍ଧରୁ ୬୧, ଗଞ୍ଜାମରୁ ୫୬, ନୂଆପଡ଼ାରୁ ୫୩, ରାୟଗଡ଼ାରୁ ୫୧, ନୟାଗଡରୁ ୪୨, ଦେବଗଡରୁ ୧୬, ଗଜପତିରୁ ୧୩, ଏବମ ସେଟ ପୁଲରୁ ୫୮୭ ଜଣ ସୁସ୍ଥ ହୋଇଛନ୍ତି।

Related posts