Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»୨୮ ତାରିଖରୁ ଆରମ୍ଭ ହେବ ରେଡିଓ ପାଠଶାଳା : ପ୍ରଥମରୁ ଅଷ୍ଟମ ଶ୍ରେଣୀ ଛାତ୍ରଛାତ୍ରୀଙ୍କୁ ଦିଆଯିବ ଶିକ୍ଷା
ଆଜିର ଖବର

୨୮ ତାରିଖରୁ ଆରମ୍ଭ ହେବ ରେଡିଓ ପାଠଶାଳା : ପ୍ରଥମରୁ ଅଷ୍ଟମ ଶ୍ରେଣୀ ଛାତ୍ରଛାତ୍ରୀଙ୍କୁ ଦିଆଯିବ ଶିକ୍ଷା

September 27, 2020No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର : କୋଭିଡ୍ ସ୍ଥିତିକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଚଳିତ ମାସ ୨୮ ତାରିଖରୁ ‘ରେଡିଓ  ପାଠଶାଳା” କାର୍ଯ୍ୟକ୍ରମ ଆରମ୍ଭ କରାଯିବ। ସୋମବାରରୁ ଶୁକ୍ରବାର ସକାଳ ୧୦ଟାରୁ ୧୦.୧୫ ମିନିଟ୍ ପର୍ଯ୍ୟନ୍ତ ୧ମରୁ ୮ମ ଶ୍ରେଣୀ ବିଦ୍ୟାର୍ଥୀଙ୍କ ପାଇଁ ଆକାଶବାଣୀର ସବୁ କେନ୍ଦ୍ରରୁ ଏହା ପ୍ରସାରଣ ହେବ। ରାଜ୍ୟର ସମସ୍ତ ରେଡିଓ ଷ୍ଟେସନରୁ ଏକ ସମୟରେ ପ୍ରସାରଣ କରାଯିବ ।

କୋଭିଡ୍ ସ୍ଥିତିକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଚଳିତ ମାସ ୨୮ ତାରିଖରୁ 'ରେଡିଓ ପାଠଶାଳା" କାର୍ଯ୍ୟକ୍ରମ ଆରମ୍ଭ କରାଯିବ। ସୋମବାରରୁ ଶୁକ୍ରବାର ସକାଳ ୧୦ଟାରୁ ୧୦.୧୫ ମିନିଟ୍ ପର୍ଯ୍ୟନ୍ତ ୧ମରୁ ୮ମ ଶ୍ରେଣୀ ବିଦ୍ୟାର୍ଥୀଙ୍କ ପାଇଁ ଆକାଶବାଣୀର ସବୁ କେନ୍ଦ୍ରରୁ ଏହା ପ୍ରସାରଣ ହେବ। #OdishaCares pic.twitter.com/0E1Tc2pcuy

— I & PR Department, Odisha (@IPR_Odisha) September 27, 2020

ପ୍ରଥମରୁ ଅଷ୍ଟମ ଶ୍ରେଣୀ ଛାତ୍ରଛାତ୍ରୀଙ୍କୁ ସୋମବାରଠାରୁ ଶୁକ୍ରବାର ପର୍ଯ୍ୟନ୍ତ ରେଡିଓ ମାଧ୍ୟମରେ ଶିକ୍ଷା ଦିଆଯିବ। ସପ୍ତାହର ୫ ଦିନ ଏବଂ ପ୍ରତିଦିନ ୧୫ ମିନିଟ୍‌ ଲେଖାଏଁ ଛାତ୍ରଛାତ୍ରୀଙ୍କୁ ପଢ଼ାଯିବ। ଏଥିପାଇଁ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଆସନ୍ତା ୨୮ ତାରିଖରୁ ‘ରେଡିଓ ପାଠଶାଳା’ ଆରମ୍ଭ ହେବାକୁ ଯାଉଛି। କେଉଁ ଦିନ କେଉଁ ଶ୍ରେଣୀର ପିଲାଙ୍କୁ କେଉଁ ବିଷୟରେ ଶିକ୍ଷା ଦିଆଯିବ, ସେନେଇ ବି ଯୋଜନା ପ୍ରସ୍ତୁତ ସରିଛି।

ସୋମବାରରୁ ଶୁକ୍ରବାର ପର୍ଯ୍ୟନ୍ତ ପୂର୍ବାହ୍ନ ୧୦ଟାରୁ ୧୦ଟା ୧୫ ପର୍ଯ୍ୟନ୍ତ ରେଡିଓରେ ପାଠପଢ଼ା ଚାଲିବ। ଏଥିପାଇଁ ଦୁଇଟି ପର୍ଯ୍ୟାୟରେ ବିଭକ୍ତ କରାଯାଇଛି। ପୂର୍ବାହ୍ନ ୧୦ଟାରୁ ୧୦ଟା ୫ମିନିଟ୍‌ ପର୍ଯ୍ୟନ୍ତ ଗୋଟିଏ ଶ୍ରେଣୀର ଛାତ୍ରଛାତ୍ରୀଙ୍କୁ ଶିକ୍ଷା ଦିଆଯିବାକୁ ଥିବା ବେଳେ ୧୦ଟା ୫ରୁ ୧୦ଟା ୧୫ ପର୍ଯ୍ୟନ୍ତ ଆଉ ଗୋଟିଏ ଶ୍ରେଣୀର ପିଲାଙ୍କୁ ପଢ଼ାଯିବ। ୧୦ଟାରୁ ୧୦ଟା ୫ ମିନିଟ୍‌ ପର୍ଯ୍ୟନ୍ତ ସୋମବାର ଦିନ ପ୍ରଥମ ଶ୍ରେଣୀ, ମଙ୍ଗଳବାର ଦ୍ବିତୀୟ, ବୁଧବାର ତୃତୀୟ, ଗୁରୁବାର ଚତୁର୍ଥ ଓ ଶୁକ୍ରବାର ଷଷ୍ଠ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ପାଠ ପଢ଼ାଯିବ। ସେହିପରି ୧୦ଟା ୦୫ରୁ ୧୦ଟା ୧୫ ମଧ୍ୟରେ ସୋମବାର ପଞ୍ଚମ ଶ୍ରେଣୀ, ମଙ୍ଗଳବାର ଷଷ୍ଠ ଶ୍ରେଣୀ, ବୁଧବାର ସପ୍ତମ ଶ୍ରେଣୀ, ଗୁରୁବାର ୮ମ ଶ୍ରେଣୀ ପିଲାଙ୍କ କ୍ଲାସ ହେବ। ଶୁକ୍ରବାର ୧୦ଟା ୦୫ରୁ ୧୦ଟା ୧୦ ମଧ୍ୟରେ ୭ମ ଶ୍ରେଣୀ ଓ ୧୦ଟା ୧୦ରୁ ୧୦ଟା ୧୫ ମଧ୍ୟରେ ୮ମ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ପାଠପଢ଼ା ହେବ। ଓଡ଼ିଶାର ସମସ୍ତ ଆକାଶବାଣୀ କେନ୍ଦ୍ରରୁ ଏକ ସମୟରେ ଏହା ପ୍ରସାରିତ ହେବ। ପ୍ରସାରିତ ପଠ୍ୟକ୍ରମ ‘ଦୀକ୍ଷା’ ଆପ୍‌ରେ ମଧ୍ୟ ଉପଲବ୍ଧ ହେବ।

ସୂଚନାଯୋଗ୍ୟ, ଗତ ମାର୍ଚ୍ଚ ୧୭ରୁ ସ୍କୁଲଗୁଡ଼ିକ ବନ୍ଦ ରହିଛି। ପିଲାଙ୍କ କ୍ଲାସରୁମ୍‌ ପାଠପଢ଼ା ସ୍ବାଭାବିକ ହୋଇପାରୁନି। ତେଣୁ ଅନ୍‌ଲାଇନ୍‌ ଶିକ୍ଷାକୁ ପ୍ରାଥମିକତା ଦିଆଯାଉଛି। ଦଶମ ଓ ଦ୍ବାଦଶ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ଲାଗି ଟିଭିରେ ଶିକ୍ଷାଦାନ କରାଯାଇଥିବା ବେଳେ ଏବେ ରେଡିଓ ମାଧ୍ୟମରେ ପ୍ରଥମରୁ ୮ମ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ନିକଟରେ ପହଞ୍ଚିବାକୁ ‘ରେଡିଓ ପାଠଶାଳା’ ମାଧ୍ୟମରେ ପ୍ରୟାସ କରାଯାଇଛି।

Share. Facebook Twitter LinkedIn Email WhatsApp Copy Link

Related Posts

ଚିକିତ୍ସା ଅବହେଳାରୁ ଦୁଇଜଣଙ୍କ ମୃତ୍ୟୁ ଅଭିଯୋଗ

June 15, 2026

ମଦ ଦୋକାନରେ ପଶି ହାଣିଲେ

June 14, 2026

ଫାୟାରିଂରେ ଗ୍ୟାରେଜ ମାଲିକ ମୃତ

June 14, 2026

ସାନି NEET UG ପାଇଁ ଆସିଲା ଆଡମିଟ କାର୍ଡ

June 14, 2026
Latest News

ଚିକିତ୍ସା ଅବହେଳାରୁ ଦୁଇଜଣଙ୍କ ମୃତ୍ୟୁ ଅଭିଯୋଗ

June 15, 2026

ମଦ ଦୋକାନରେ ପଶି ହାଣିଲେ

June 14, 2026

ଫାୟାରିଂରେ ଗ୍ୟାରେଜ ମାଲିକ ମୃତ

June 14, 2026

ସାନି NEET UG ପାଇଁ ଆସିଲା ଆଡମିଟ କାର୍ଡ

June 14, 2026

ଆକାଶରୁ ମୃତ୍ୟୁର ବଜ୍ରାଘାତ: କୁଡିଆରେ ଆଶ୍ରୟ ନେଇ ଜୀବନ ହାରିଲେ ଦୁଇ ଜଣ

June 14, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.