ବାଲେଶ୍ବର : ଆଗାମୀ ତିନି ବର୍ଷରେ ରାଜ୍ୟର ସବୁ ବସ୍ତି ଆଦର୍ଶ କଲୋନୀରେ ପରିଣତ ହେବ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି। ଆଜି ବାଲେଶ୍ବରରୁ ବସ୍ତି ଉନ୍ନତୀକରଣ ଯୋଜନାର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ।ଏହି ଯୋଜନାରେ ରାଜ୍ୟର ବସ୍ତିରେ ବିଜୁଳି, ଭଲ ପିଇବା ପାଣି, ରାସ୍ତା, ଗୋଷ୍ଠୀକେନ୍ଦ୍ର ଆଦି ନାଗରିକ ସୁବିଧାର ବିକାଶ କରି ବସ୍ତିର ଲୋକମାନଙ୍କ ଜୀବନଧାରଣ ମାନରେ ଉନ୍ନତି ଆଣାଯିବା ସହିତ ଜୀବିକା ପାଇଁ ମଧ୍ୟ ସୁଯୋଗ ସୃଷ୍ଟି କରାଯିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ । ରାଜ୍ୟର ଏକ ହଜାର ବସ୍ତିରେ ଏହି କାର୍ଯ୍ୟକ୍ରମ ତୁରନ୍ତ ଆରମ୍ଭ କରାଯିବ। ମୁଖ୍ୟମନ୍ତ୍ରୀ କହିଥିଲେ ଯେ ରାଜ୍ୟ ସରକାରଙ୍କ ଜାଗା ମିଶନ ସାରା ଦେଶରେ ଇତିହାସ ସୃଷ୍ଟି କରିଥିଲା। ଏପରିକି ଏହି କାର୍ଯ୍ୟକ୍ରମ ବିଶ୍ବ ସମୁଦାୟର ମଧ୍ୟ ଦୃଷ୍ଟି ଆକର୍ଷଣ କରିପାରିଥିଲା । ଏହି ଅବସରରେ ମୁଖ୍ୟମନ୍ତ୍ରୀ 116ଟି ବହୁମୂଖୀ ଗୋଷ୍ଠୀ କେନ୍ଦ୍ର ‘ପରିଚୟ’ର ମଧ୍ୟ ଲୋକାର୍ପଣ କରିଛନ୍ତି ।