Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ତିର୍ତ୍ତୋଲ ଅଞ୍ଚଳ ପାଇଁ ୨୦୦ କୋଟି ଟଙ୍କାର ଦୁଇଟି ସେତୁର ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
ଆଜିର ଖବର

ତିର୍ତ୍ତୋଲ ଅଞ୍ଚଳ ପାଇଁ ୨୦୦ କୋଟି ଟଙ୍କାର ଦୁଇଟି ସେତୁର ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

September 28, 2020No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର, ଉପ ନିର୍ବାଚନକୁ ଦୃଷ୍ଟିରେ ରଖି ତିର୍ତ୍ତୋଲ ପାଇଁ ଚଳଚଞ୍ଚଳ ହୋଇପଡିଛି ଶାସକ ବିଜେଡି। ଆଜି ସେହି ଅଞ୍ଚଳର ମହାନଦୀ ଉପରେ ଦୁଇଟି ବ୍ରିଜର ଶିଳାନ୍ୟାସ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଗୋଟିଏ ହେଲା  ଗ୍ରାମ୍ୟ ଉନ୍ନୟନ ବିଭାଗ ପକ୍ଷରୁ ୧୧୮.୫୬ କୋଟି ଟଙ୍କା ବ୍ୟୟରେ ତିର୍ତ୍ତୋଲ ପୋଷଳ ହାଇ ଲେବେଲ ସେତୁ। ଅନ୍ୟଟି ହେଲା ପୂର୍ତ୍ତ ବିଭାଗ ପକ୍ଷରୁ ମହାନଦୀ ଉପରେ ୮୨ କୋଟି ୫୫ ଲକ୍ଷ ଟଙ୍କା ବ୍ୟୟରେ ଜଇପୁର-କଟିକଟା ହାଇଲେବେଲ ସେତୁ।

ଏହି ଦୁଇଟି ସେତୁ ଦ୍ବାରା ତିର୍ତ୍ତୋଲ ସହିତ କଟକ ଓ କେନ୍ଦ୍ରାପଡା ଜିଲ୍ଲାର ୨୮ଟି ଗ୍ରାମ ପଞ୍ଚାୟତର ପ୍ରାୟ ଦେଢ ଲକ୍ଷ ଲୋକ ଉପକାର ପାଇବେ। ଢେଙ୍କାନାଳରୁ ଏହି କାର୍ଯ୍ୟକ୍ରମରେ ଯୋଗ ଦେଇ ଇସ୍ପାତ, ଖଣି ଓ ପୂର୍ତ୍ତ ମନ୍ତ୍ରୀ ପ୍ରଫୁଲ୍ଲ ମଲ୍ଲିକ କହିଥିଲେ ଯେ ମୁଖ୍ୟମନ୍ତ୍ରୀ ଦୃଢ ସଂକଳ୍ପ ନେଇ ଓଡିଶାର ବିକାଶ ପାଇଁ କାମ କରିଆସୁଛନ୍ତି। ଆଜି ଏହି ଦୁଇଟି ସେତୁ ଠିକ୍‌ ସମୟରେ ସଂପୂର୍ଣ୍ଣ ହେବ ଏବଂ ବିକାଶ ପ୍ରକ୍ରିୟାରେ ଗୁରୁତ୍ବପୂର୍ଣ୍ଣ ଭୂମିକା ଗ୍ରହଣ କରିବ।

ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ଶ୍ରୀ ସୁଶାନ୍ତ ସିଂ କହିଲେ ଯେ ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ବରେ ଓଡିଶାରେ ଗମନା ଗମନ କ୍ଷେତ୍ରରେ ବହୁତ ଉନ୍ନତି ହୋଇଛି । ଆଜି ଏହି ଦୁଇଟି ସେତୁ ଦ୍ବାରା ତିର୍ତ୍ତୋଲ, ପାଟକୁରା ଓ ମାହାଙ୍ଗା ଅଞ୍ଚଳର ଦେଢ ଲକ୍ଷରୁ ଅଧିକ ଲୋକ ଉପକୃତ ହେବେ । ଜଳସଂପଦ, ସୂଚନା ଓ ଲୋକସଂପର୍କ ମନ୍ତ୍ରୀ ଶ୍ରୀ ରଘୁନନ୍ଦନ ଦାସ କହିଥିଲେ ଯେ ଏହି ଦୁଇଟି ସେତୁ ଜିଲ୍ଲାର ବିକାଶ ଇତିହାସରେ ଏକ ସ୍ବର୍ଣ୍ଣିମ ଅଧ୍ୟାୟ ସୃଷ୍ଟି କରିବ ।

ମୁଖ୍ୟମନ୍ତ୍ରୀ କୋଭିଡ ଲଢେଇର ବ୍ୟସ୍ତତା ମଧ୍ୟରେ ମଧ୍ୟ ଜଗତସିଂହପୁର ଜିଲ୍ଲାର ବିକାଶ ପାଇଁ ନିୟମିତ ଉଦ୍ୟମ କରିଚାଲିଛନ୍ତି ବୋଲି କହି ସେ ମୁଖ୍ୟମନ୍ତ୍ରୀଙ୍କ ପ୍ରତି କୃତଜ୍ଞତା ପ୍ରକାଶ କରିଥିଲେ। ଏହି ଅବସରରେ ଜଗତସିଂହପୁର ସାଂସଦ ଶ୍ରୀମତୀ ରାଜଶ୍ରୀ ମଲ୍ଲିକ, ଜଗତସିଂହପୁର ବିଧାୟକ ଶ୍ରୀ ପ୍ରଶାନ୍ତ ମୁଦୁଲି, ପାରାଦୀପ ବିଧାୟକ ଶ୍ରୀ ସମ୍ବିତ ରାଉତରାୟ ପ୍ରମୁଖ ସେମାନଙ୍କ ବକ୍ତବ୍ୟ ରଖିଥିଲେ।

ଉନ୍ନୟନ କମିଶନର, ସ୍ବତନ୍ତ୍ର ରିଲିଫ କମିଶନର, ଅର୍ଥ ବିଭାଗ ପ୍ରମୁଖ ସଚିବ, ପୂର୍ତ୍ତ ବିଭାଗ ସଚିବ ଏବଂ ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ପ୍ରମୁଖ ଯୋଗ ଦେଇଥିଲେ।

ତିର୍ତ୍ତୋଲ ନବୀନ ପଟ୍ଟନାୟକ
Share. Facebook Twitter LinkedIn Email WhatsApp Copy Link

Related Posts

ବଙ୍ଗଳାରେ ବିଜେପିର ବିଜୟ ବିଷୟରେ LSG ମାଲିକଙ୍କ ବଡ ବୟାନ: ଭାଇରାଲ ହେଲା ପୋଷ୍ଟ

May 5, 2026

ରଥଖଳାରୁ : ସାରିଲା ନାହାକା ଚକ କାମ

May 5, 2026

ମାତ୍ର ଗୋଟିଏ ଭୋଟ ବି ଭାଗ୍ୟ ବଦଳାଇ ଦିଏ

May 5, 2026

ଆଜିଠାରୁ ମୁଖ୍ୟମନ୍ତ୍ରୀଙ୍କ ତିନିଦିନିଆ ଗୁଜରାଟ ଗସ୍ତ

May 5, 2026
Latest News

ତାମିଲନାଡୁରେ କିପରି ସରକାର ଗଠନ କରିବ ଟିଭିକେ?: ଜାଣନ୍ତୁ ୩ ଟି ବିକଳ୍ପ

May 5, 2026

ଇରାନର ଡ୍ରୋନ୍ ଆକ୍ରମଣରେ ତିନି ଭାରତୀୟ ଆହତ: ଭାରତର ଚେତାବନୀ, ନିନ୍ଦା କଲେ ପ୍ରଧାନମନ୍ତ୍ରୀ

May 5, 2026

ବଙ୍ଗଳାରେ ବିଜେପିର ବିଜୟ ବିଷୟରେ LSG ମାଲିକଙ୍କ ବଡ ବୟାନ: ଭାଇରାଲ ହେଲା ପୋଷ୍ଟ

May 5, 2026

ବଙ୍ଗଳାରେ କିପରି ଭୁଶୁଡ଼ି ପଡ଼ିଲା ମମତା ବାନାର୍ଜୀଙ୍କ ଦୁର୍ଗ?: ଜାଣନ୍ତୁ ଏହି ପାଞ୍ଚଟି ପ୍ରମୁଖ କାରଣ

May 5, 2026

ରଥଖଳାରୁ : ସାରିଲା ନାହାକା ଚକ କାମ

May 5, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.