
ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଦେଶରେ ୭୦ ହଜାର ୫୮୯ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୬୧ ଲକ୍ଷ ୪୫ ହଜାର ୨୯୨ କୁ ବୃଦ୍ଧି ହୋଇଛି। ସେହିପରି ଦେଶରେ ଦିନକରେ ୭୭୬ ଜଣଙ୍କ ମୃତ୍ୟୁ ହୋଇଛି। ତେବେ ଦେଶରେ ମୋଟ କୋରୋନଜନିତ ମୃତ୍ୟୁ ସଂଖ୍ୟା ୯୬ ହଜାର ୩୧୮ ରେ ପହଞ୍ଚିଛି। ଦେଶରେ ମୋଟ ସକ୍ରିୟ କେସ ୯ ଲକ୍ଷ ୪୭ ହଜାର ୫୭୬ ଥିବା ବେଳେ ସୁସ୍ଥ ହୋଇ ଘରକୁ ଫେରିଥିବା ଆକ୍ରାନ୍ତଙ୍କ ସଂଖ୍ୟା ୫୧ ଲକ୍ଷ ୧ ହଜାର ୩୯୭ ରେ ପହଞ୍ଚିଛି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ସୂଚନା ମିଳିଛି।