ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୪ ହଜାର ୨୧୯ କରୋନା ଆକ୍ରାନ୍ତ

Published: Sep 30, 2020, 7:40 pm IST

ଭୁବନେଶ୍ବର: ଆଜି ରାଜ୍ୟରୁ ଆଉ ୪ ହଜାର ୨୧୯ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି। ଖୋର୍ଦ୍ଧାରୁ ସର୍ବାଧିକ ୬୨୮, କଟକରୁ ୪୯୪, ପୁରୀରୁ ୨୬୪, ଝାରସୁଗୁଡାରୁ ୨୩୨, ଅନୁଗୁଳରୁ ୨୦୯, ଜଗତସିଂହପୁରରୁ ୧୬୩, କେନ୍ଦ୍ରାପଡାରୁ ୧୬୧, ମୟୂରଭଞ୍ଜରୁ ୧୫୩, ରାୟଗଡାରୁ ୧୩୨, ଯାଜପୁରରୁ ୧୨୯, ବଲାଙ୍ଗିରିରୁ ୧୨୩,  ବାଲେଶ୍ବରରୁ ୧୧୯, ଭଦ୍ରକରୁ ୧୧୪, ସମ୍ବଲପୁରରୁ ୧୧୩, ବରଗଡରୁ ୧୧୨, କନ୍ଧମାଳରୁ ୮୭, ଢେଙ୍କାନାଳରୁ ୮୫, କେନ୍ଦୁଝରରୁ ୮୩, ସୋନପୁରରୁ ୭୯, ନବରଙ୍ଗପୁରରୁ ୭୫, କୋରାପୁଟରୁ ୭୨, ଗଞ୍ଜାମରୁ ୬୧, ନୂଆପଡାରୁ ୬୦, ମାଲକାନଗିରିରୁ ୫୬, ସୁନ୍ଦରଗଡରୁ ୫୫, ନୟାଗଡରୁ ୫୪, ବୌଦ୍ଧରୁ ୪୯, ଗଜପତିରୁ ୩୯, କଳାହାଣ୍ଡିରୁ ୩୫, ଦେବଗଡ଼ରୁ ୨୧ ଏବଂ ଷ୍ଟେଟ ପୁଲରୁ ୧୬୨ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ତେବେ ରାଜ୍ୟରେ ୨ ଲକ୍ଷ ୧୯ ହଜାର ୧୧୯ ଜଣ ମୋଟ ଆକ୍ରାନ୍ତ ଥିବା ବେଳେ ୧ ଲକ୍ଷ ୮୫ ହଜାର ୭୦୦ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସେହିପରି ୩୨ ହଜାର ୫୨୪ ଜଣ ଚିକିତ୍ସିତ ହେଉଥିବା ବେଳେ ୮୪୨ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

Related posts