ଭୁବନେଶ୍ବର : ଲଘୁଚାପ ଯୋଗୁଁ ଆସନ୍ତା 6 ତାରିଖ ଯାଏଁ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଏନେଇ ସବୁ ଜିଲ୍ଲାପାଳଙ୍କୁ ଏସଆରସି ପ୍ରଦୀପ ଜେନା ଚିଠି ଲେଖିଛନ୍ତି। ଅରେଞ୍ଜ ଏବଂ ୟେଲୋ ଓ୍ବାର୍ଣ୍ଣିଂ ଜିଲ୍ଲାପ୍ରତି ନଜର ରଖିବାକୁ ପରାମର୍ଶ ଦେଇଛନ୍ତି ଏସ୍ଆରସି । ସେହିପରି ଜଳ ନିଷ୍କାସନ, ପାହାଡ଼ିଆ ଅଞ୍ଚଳରେ ଭୂସ୍ଖଳନ ପ୍ରତି ନଜର ପାଇଁ ମଧ୍ୟ ପରାମର୍ଶ ଦିଆଯାଇଛି । କାଲି ସକାଳ ଯାଏଁ 5ଟି ଜିଲ୍ଲାକୁ ଅରେଞ୍ଜ ଓ୍ବାର୍ଣ୍ଣିଂ ଜାରି କରାଯାଇଥିବାବେଳେ 15ଟି ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ ଜାରି କରାଯାଇଛି । ଅରେଞ୍ଜ ଓ୍ବାର୍ଣ୍ଣିଂ ଜାରି କରାଯାଇଥିବା ଜିଲ୍ଲାଗୁଡିକ ମଧ୍ୟରେ ରହିଛି ଗଞ୍ଜାମ, ବଲାଙ୍ଗିର, ସୋନପୁର, କେନ୍ଦୁଝର ଓ ମୟୂରଭଞ୍ଜ । ସେହିପରି କନ୍ଧମାଳ, ବୌଦ୍ଧ, କଳାହାଣ୍ଡି, ଅନୁଗୁଳ, କଟକ, ପୁରୀ, ନୟାଗଡ, ଢେଙ୍କାନାଳ, ଖୋର୍ଦ୍ଧା, ଜଗତସିଂହପୁର, କେନ୍ଦ୍ରାପଡା, ଯାଜପୁର, ଭଦ୍ରକ, ବାଲେଶ୍ବର, ସମ୍ବଲପୁର ଆଦି ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ ଜାରି କରାଯାଇଛି ।
Tags: