ଚାରିଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା

Published: Oct 3, 2020, 5:52 pm IST

ଭୁବନେଶ୍ବର : ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ କ୍ଷେତ୍ର ପ୍ରଭାବରେ ରାଜ୍ୟରେ ବର୍ଷା ଜାରି ରହିଥିବାରୁ ଚାରୋଟି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଦିଆଯାଇଛି । ସେହି ଚାରୋଟି ଜିଲ୍ଲା ଯଥା- ଗଞ୍ଜାମ, କନ୍ଧମାଳ, କଳାହାଣ୍ଡି ଓ ଅନୁଗୁଳରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଆସନ୍ତା 8 ତାରିଖ ପର୍ଯ୍ୟନ୍ତ ରାଜ୍ୟର ଅଧିକାଂଶ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । କାଲି ସକାଳ 8ଟା 30 ଯାଏଁ ରାଜ୍ୟର 16ଟି ଜିଲ୍ଲାକୁ ୟେଲୋଓ୍ବାର୍ଣ୍ଣିଂ ଜାରି କରାଯାଇଛି । ଏହା ବ୍ୟତୀତ ଅନ୍ୟ 12ଟି ଜିଲ୍ଲାରେ ପ୍ରବଳ ବର୍ଷା ନେଇ ପାଣିପାଗ ବିଭାଗ ତରଫରୁ ସତର୍କ ସୂଚନା ଜାରି କରାଯାଇଛି ।  ଜିଲ୍ଲାକୁ ୟୋଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ଏହି ଜିଲ୍ଲାଗୁଡିକ ମଧ୍ୟରେ ରହିଛି – ଖୋର୍ଦ୍ଧା, କଟକ, ଗଜପତି, ରାୟଗଡା, ନୟାଗଡ, ବୌଦ୍ଧ, ପୁରୀ, ବଲାଙ୍ଗୀର, ଜଗତସିଂହପୁର, କେନ୍ଦ୍ରାପଡା, ଢେଙ୍କାନାଳ, ସୋନପୁର । ଅପରପକ୍ଷରେ ତଳିଆ ଅଞ୍ଚଳ ପ୍ରତି ସତର୍କ ଦୃଷ୍ଟି ରଖିବାକୁ ଜିଲ୍ଲାପାଳମାନଙ୍କୁ ଏସ୍‌ଆରସି ନିର୍ଦ୍ଦେଶ ଦେଇଛନ୍ତି । ଭୂସ୍ଖଳନ, ଲଗାଣ ବର୍ଷା ଜନିତ ଓ୍ବାଟର ଲଗିଂ ପାଇଁ ପ୍ରସ୍ତୁତ ରହିବାକୁ ପରାମର୍ଶ ଦେଇଛନ୍ତି ଏସ୍‌ଆରସି । ଏହି ସମୟରେ ସମୁଦ୍ର ଭିତରକୁ ନ ଯିବା ପାଇଁ ମତ୍ସ୍ୟଜୀବୀମାନଙ୍କୁ ସଚେତନ କରିବାକୁ ମଧ୍ୟ ନିର୍ଦ୍ଦେଶ ରହିଛି ।

Related posts