ଭୁବନେଶ୍ବର, ବିଜେଡିର ବରିଷ୍ଠ ନେତା ତଥା ପୂର୍ବତନ ମନ୍ତ୍ରୀ ପିପିଲି ବିଧାୟକ ପ୍ରଦୀପ ମହାରଥୀଙ୍କ ଦେହାନ୍ତ ହୋଇଯାଇଛି। ଗତକାଲି ବିଳମ୍ବିତ ରାତିରେ ଭୁବନେଶ୍ବରର ଏକ ଘରୋଇ ହସପିଟାଲରେ ସେ ମୃତ୍ୟୁବରଣ କରିଛନ୍ତି। ମୃତ୍ୟୁ ବେଳକୁ ତାଙ୍କୁ 66 ବର୍ଷ ବୟସ ହୋଇଥିଲା। ସେ କରୋନା ଆକ୍ରାନ୍ତ ହୋଇଥିଲେ।
ତାଙ୍କ ମୃତ୍ୟୁରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୋକ ପ୍ରକାଶ କରିଛନ୍ତି। ରାଜ୍ୟ ଜଣେ ଲୋକପ୍ରିୟ ନେତାଙ୍କୁ ହରାଇଲା ବୋଲି ସେ କହିଛନ୍ତି। ସେହିପରି ରାଜ୍ୟ ମନ୍ତ୍ରୀ ମଣ୍ଡଳର ବହୁ ମନ୍ତ୍ରୀ ବିଧାୟକ ମଧ୍ୟ ଶୋକ ପ୍ରକାଶ କରିଛନ୍ତି। କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଧ୍ୟ ଶୋକ ବାର୍ତ୍ତା ଦେଇ ପ୍ରଦୀପ ମହାରଥୀଙ୍କ ଜଣେ ଦରଦୀ ଲୋକ ଥିଲେ ବୋଲି କହିଛନ୍ତି।