
ବେଜିଂରେ ପର୍ଯ୍ୟଟକଙ୍କ ଏକ ବସ୍ରେ ଅଗ୍ନିକାଣ୍ଡ ଘଟି ୨୬ଜଣଙ୍କ ପ୍ରାଣହାନି ଘଟିଥିବା ବେଳେ ୨୮ ଜଣ ଆହତ ଅବସ୍ଥାରେ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ତନ୍ମଧ୍ୟରୁ ୫ ଜଣ ଗୁରୁତର ଅବସ୍ଥାରେ ରହିଥିବା ଜଣାପଡିଛି। ବେଜିଂର ହ୍ୟୁନାନ୍ ପ୍ରଦେଶରେ ଶୁକ୍ରବାର ଏହି ଦୁର୍ଘଟଣା ଘଟିଛି। ୫୯ ସିଟ୍ର ଏହି ବସ୍ରେ ୫୩ ଜଣ ଯାତ୍ରୀ ଏବଂ ୨ ଜଣ ଡ୍ରାଇଭର ଯାତ୍ରା କରୁଥିବା ସମୟରେ ଏହି ଦୁର୍ଘଟଣା ଘଟିଥିଲାେ। ବସ୍ରେ ଥିବା ଯାତ୍ରୀଙ୍କ ମଧ୍ୟରୁ ଅର୍ଦ୍ଧାଧିକ ବିଦେଶୀ ନାଗରିକ ରହିଥିବା ଜଣାପଡିଛି। ଦୁଇ ଡ୍ରାଇଭରଙ୍କୁ ଗିରଫ କରାଯାଇ ଦୁର୍ଘଟଣାର କାରଣ ସମ୍ପର୍କରେ ଅନୁସନ୍ଧାନ ଜାରି ରହିଥିବା ଜଣାପଡିଛି। ଗୋଟିଏ ଦିନ ପୂର୍ବରୁ ଏକ ରାସାୟନିକ ଫ୍ୟାକ୍ଟ୍ରିରେ ଘଟିଥିବା ବିସ୍ଫୋରଣରେ ୬୪ ଲୋକ ମୃତାହତ ହେବା ସହିତ ୬୪୦ରୁ ଅଧିକ ଲୋକ ଆହତ ହାେଇଥିଲେ।