Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବାଣପୁର-ବାଲୁଗାଁ ବାଇପାସ ନିକଟରେ ଓଲଟିଲା ବୁଲେଟ ମଟରସାଇକେଲ ବୋଝେଇ କଣ୍ଟେନର  : ୧୪ ବୁଲେଟ ନଷ୍ଟ
ଆଜିର ଖବର

ବାଣପୁର-ବାଲୁଗାଁ ବାଇପାସ ନିକଟରେ ଓଲଟିଲା ବୁଲେଟ ମଟରସାଇକେଲ ବୋଝେଇ କଣ୍ଟେନର  : ୧୪ ବୁଲେଟ ନଷ୍ଟ

October 4, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରଓ୍ବାଲ

ବାଣପୁର : ଗତକାଲି ରାତ୍ରିରେ ବାଣପୁର ଥାନା ଅନ୍ତର୍ଗତ ୧୬ ନଂ ଜାତୀୟ ରାଜପଥ ବାଣପୁର-ବାଲୁଗାଁ ବାଇପାସ ନିକଟସ୍ଥ ମଠପାଟଣା ଛକରେ ଏକ ବୁଲେଟ ମଟରସାଇକଲ ବୋଝେଇ କଣ୍ଟେନର  ଦୁର୍ଘଟଣାଗ୍ରସ୍ତ ହୋଇଛି ଯେଉଁଥିରେ ଏକ ଷଣ୍ଢ ର ମୃତ୍ୟୁ ଘଟିଥିବାବେଳେ  ୧୪ ଗୋଟି ବୁଲେଟ ମଟରସାଇକେଲ ନଷ୍ଟ ହୋଇଛି ।

ମିଳିଥିବା ସୂଚନା ଅନୁଯାୟୀ ଗତକାଲି ରାତି ୧୦.୪୦ ମିନିଟରେ ରେ କଟକ ମୁଣ୍ଡୁଳିସ୍ଥିତ ରୟାଲ ଏନଫିଲଡ଼ ଡିପୋ ରୁ ୧୪ ଗୋଟି ବୁଲେଟ ମଟରସାଇକେଲ ନେଇ ଏକ ଟାଟା କଣ୍ଟେନର (ଓଡ଼ି ୦୫ ଆର  ୭୭୨୫) ବ୍ରହ୍ମପୁର ଅଭିମୁଖେ ଯାଉଥିବାବେଳେ ବାଣପୁର-ବାଲୁଗାଁ ବାଇପାସ ନିକଟସ୍ଥ ମଠପାଟଣା ଛକ ନିକଟରେ ହଠାତ କଣ୍ଟେନର ସାମ୍ନା ରେ ଏକ ଷଣ୍ଢ ଆସିଯାଇଥିଲା । ଯାହାଫଳରେ କଣ୍ଟେନର ଟି ଷଣ୍ଢକୁ ଧକା ଦେବା ସହ ଭାରସାମ୍ୟ ହରାଇ ଡିଭାଇଡର ଡେଇଁ ବିପରୀତ ପାର୍ଶ୍ୱର ରୋଡ ସାଇଡ କୁ  ଚାଲିଯାଇ ଓଲଟିପଡିଥିଲା ।

ଖବର ପାଇ ଘଟଣାସ୍ଥଳରେ ବାଣପୁର ପୋଲିସ ଏବଂ ମଠପୁର ର କିଛି ଗ୍ରାମବାସୀ ମାନେ ପହଁଚି ଆହତ ଗାଡ଼ି  ଚାଳକଙ୍କୁ ଉଦ୍ଧାର କରିବା ସହ ଟ୍ରାଫିକ କ୍ଳିଅର କରିଥିଲେ ।ଘଟଣାସ୍ଥଳରେ ଷଣ୍ଢ ଟି ର ମୃତ୍ୟୁ ହୋଇଯାଇଥିବା ସ୍ଥଳେ ଗାଡ଼ି  ଚାଳକ ସାମାନ୍ୟ ଆହତ ହୋଇଛନ୍ତି  । ଗାଡ଼ି  ଚାଳକଙ୍କ ନାମ ସଂଜୀବ କୁମାର ଯାଦବ ଏବଂ ତାଙ୍କ ଘର ବିହାର ବୋଲି ଜଣାପଡିଛି। ହେଲେ କଣ୍ଟେନର ରେ ଥିବା ସମସ୍ତ ୧୪ ଗୋଟି ବୁଲେଟ ମଟରସାଇକେଲ ନଷ୍ଟ ହୋଇଯାଇଛି  ବୋଲି ସୂଚନା ଦେଇଛନ୍ତି ଗାଡ଼ି ଚାଳକ l ଅପରପକ୍ଷେ ଖବର ପାଇ ଆଜି ସକାଳେ ଗାଡ଼ି  ମାଲିକ ଘଟଣାସ୍ଥଳରେ ପହଁଚି ସ୍ଥିତି ଅନୁଧ୍ୟାନ କରି ବାଣପୁର ପୋଲିସ ଥାନାରେ ଏ ଘଟଣା ସମ୍ପର୍କରେ ଲିଖିତ ଭାବେ ଅବଗତ କରାଇଛନ୍ତି l ଆଜି ସଂଧ୍ୟା ସୁଦ୍ଧା କ୍ରେନ ଦ୍ୱାରା ଉକ୍ତ କଣ୍ଟେନର  କୁ ଉଠାଯିବାର ବ୍ୟବସ୍ଥା କରାଯିବ ବୋଲି ସୂଚନା ମିଳିଛି।

ବାଣପୁର ବୁଲେଟ୍‌
Share. Facebook Twitter LinkedIn Email WhatsApp Copy Link

Related Posts

ବଲାଙ୍ଗିରରେ ୧୮ରୁ ୨୧ ଯାଏଁ ସ୍କୁଲ, କଲେଜ ଛୁଟି

April 18, 2026

ଟଙ୍କାର ହିସାବ ଦେଇନପାରିବାରୁ ସ୍ତ୍ରୀକୁ ହତ୍ୟା କଲା ସ୍ୱାମୀ

April 17, 2026

ଗୁଳିମାଡ଼ରେ ଯୁବକ ମୃତ

April 17, 2026

ଅନୁଗୋଳ ମହୋତ୍ସବ-୨୦୨୬: ୫୫୯ କୋଟି ପ୍ରକଳ୍ପର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

April 17, 2026
Latest News

ବଲାଙ୍ଗିରରେ ୧୮ରୁ ୨୧ ଯାଏଁ ସ୍କୁଲ, କଲେଜ ଛୁଟି

April 18, 2026

ଟଙ୍କାର ହିସାବ ଦେଇନପାରିବାରୁ ସ୍ତ୍ରୀକୁ ହତ୍ୟା କଲା ସ୍ୱାମୀ

April 17, 2026

ଗୁଳିମାଡ଼ରେ ଯୁବକ ମୃତ

April 17, 2026

ଅନୁଗୋଳ ମହୋତ୍ସବ-୨୦୨୬: ୫୫୯ କୋଟି ପ୍ରକଳ୍ପର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

April 17, 2026

ଜୟଦେବ ଭବନରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ରାଜ୍ୟସ୍ତରୀୟ ଶ୍ରାଦ୍ଧ ଦିବସ ପାଳିତ

April 17, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.