ଆଜି 17 କରୋନା ଆକ୍ରାନ୍ତଙ୍କ ମୃତ୍ୟୁ : ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା 924କୁ ବୃଦ୍ଧି

Published: Oct 5, 2020, 11:27 am IST

ଭୁବନେଶ୍ବର : ରାଜ୍ୟରେ ଆଉ 17 କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ପୁରୀ ଓ କଟକ ଜିଲ୍ଲାରୁ 3 ଜଣ ଲେଖାଏଁ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଥିବାବେଳେ ବାଲେଶ୍ବର, ବୌଦ୍ଧ ଓ ଖୋର୍ଦ୍ଧାରୁ 2 ଜଣ ଲେଖାଏଁ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି। ଅନୁଗୁଳ, କେନ୍ଦୁଝର, ନବରଙ୍ଗପୁର, ରାୟଗଡା ଓ ସୁନ୍ଦରଗଡରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି । ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା 924କୁ ବୃଦ୍ଧି ହୋଇଛି ।

କଟକ ଜିଲ୍ଲାର 60 ଓ 38 ବର୍ଷୀୟ ମହିଳା ଓ 85 ବର୍ଷୀୟ ପୁରୁଷ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଥିବାବେଳେ ପୁରୀର ତିନି ମୃତକଙ୍କ  ବୟସ ଯଥାକ୍ରମେ 75, 62 ଓ 40 ବର୍ଷୀୟ ପୁରୁଷ ରହିଛନ୍ତି । ବାଲେଶ୍ବରର ଦୁଇ ମୃତକ ହେଲେ 58 ଓ 25 ବର୍ଷୀୟ ପୁରୁଷ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଥିବାବେଳେ ବୌଦ୍ଧର 64 ଓ 44 ବର୍ଷୀୟ ପୁରୁଷ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି । ସେହିପରି ଖୋର୍ଦ୍ଧାର ଦୁଇ ମୃତକ ଭୁବନେଶ୍ବରର ହୋଇଥିବାବେଳେ ସେମାନଙ୍କ ବୟସ ଯଥାକ୍ରମେ 78 ଓ 60 ବର୍ଷୀୟ ପୁରୁଷ । ଅନୁଗୁଳରୁ 40 ବର୍ଷୀୟ ପୁରୁଷଙ୍କର ମୃତ୍ୟୁ ହୋଇଥିବାବେଳେ ନବରଙ୍ଗପୁର ଓ କେନ୍ଦୁଝରର 45 ବର୍ଷୀୟ ପୁରୁଷ, ରାୟଗଡାରୁ 45 ବର୍ଷୀୟ ମହିଳା , ସୁନ୍ଦରଗଡର 67 ବର୍ଷୀୟ ପୁରୁଷ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି ।

Related posts