ପ୍ରବଳ ବର୍ଷା ସମ୍ଭାବନା : 13ଟି ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ ଜାରି

Published: Oct 5, 2020, 4:31 pm IST

ଭୁବନେଶ୍ବର : ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ କ୍ଷେତ୍ର ପ୍ରଭାବରେ ରାଜ୍ୟରେ ବର୍ଷା ହେଉଛି । କାଲି ସକାଳ 8ଟା 30 ପର୍ଯ୍ୟନ୍ତ 13ଟି ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ ଜାରି କରାଯାଇଛି । ଆଗାମୀ 24 ଘଣ୍ଟାରେ 13ଟି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଗଜପତି, ଗଞ୍ଜାମ, ରାୟଗଡା, ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କନ୍ଧମାଳ, କଳାହାଣ୍ଡି, ନୂଆପଡା, ବଲାଙ୍ଗିର, ବରଗଡ, ସମ୍ବଲପୁର, ସୁବର୍ଣ୍ଣପୁର ଆଦି ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ ଜାରି କରାଯାଇଛି । ଘଣ୍ଟାକୁ 40ରୁ 50 କିଲୋମିଟର ବେଗରେ ପବନ ବହିବାର ସମ୍ଭାବନା ଥିବାରୁ ଆଜି ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ଯିବାକୁ ବାରଣ କରାଯାଇଛି । ଆସନ୍ତା 9ତାରିଖରୁ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ସମ୍ଭାବନା ରହିଛି । ଏହାର ପ୍ରଭାବରେ 11 ରୁ 13 ତାରିଖ ଯାଏ ରାଜ୍ୟରେ ବର୍ଷାର ସମ୍ଭାବନା ଥିବା ପାଣିପାଗ କେନ୍ଦ୍ର ସୂଚନା ଦେଇଛି ।

Related posts