ଦାୟିତ୍ବ ନେଲେ ଜଗତସିଂହପୁର ଜିଲ୍ଲାର ନୂଆ ଜିଲ୍ଲାପାଳ ସରୋଜ ମିଶ୍ର

Published: Oct 5, 2020, 10:51 pm IST

ରମେଶ ମହାନ୍ତି

ଜଗତସିଂହପୁର : ଜଗତସିଂହପୁର ଜିଲ୍ଲାର ନୂତନ ଜିଲ୍ଲାପାଳ ଭାବେ ଆଜି ସରୋଜ କୁମାର ମିଶ୍ର ପୂର୍ବତନ ଜିଲ୍ଲାପାଳ ସଂଗ୍ରାମ କେଶରୀ ମହାପାତ୍ରଙ୍କ ଠାରୁ କାର୍ଯ୍ୟଭାର ଗ୍ରହଣ କରିଛନ୍ତି। ନୂତନ ଜିଲ୍ଲାପାଳ ଉପସ୍ଥିତ ଅଧିକାରୀ ଓ କର୍ମଚାରୀମାନଙ୍କୁ କାର୍ଯ୍ୟ କ୍ଷେତ୍ରରେ ଶତ ପ୍ରତିଶତ  ସହଯୋଗ କାମନା କରିଥିଲେ। ତିର୍ତ୍ତୋଲ ବିଧାନସଭା ଉପନିର୍ବାଚନ ଯେପରି ମୁକ୍ତ ଅବାଧ ଓ ନିରପେକ୍ଷ ହୋଇପାରିବ ସେଥିପ୍ରତି ସମସ୍ତ ବ୍ୟବସ୍ଥା ଗ୍ରହଣ କରାଯିବ ବୋଲି ଗଣମାଧ୍ୟମ ପ୍ରତିନିଧିମାନଙ୍କୁ ଜିଲ୍ଲାପାଳ ସୂଚନା ଦେଇଥିଲେ।

 

Related posts