ଜଗତସିଂହପୁର କରୋନା ସ୍ଥିତି: ଜାଣନ୍ତୁ ଜିଲ୍ଲାରେ ମୋଟ ସକ୍ରିୟ ଏବଂ ସୁସ୍ଥଙ୍କ ସଂଖ୍ୟା କେତେ

Published: Oct 7, 2020, 8:46 pm IST

ରମେଶ ମହାନ୍ତି
ଜଗତସିଂହପୁର: ଜଗତସିଂହପୁର ଜିଲ୍ଲାରୁ ଆଜି ୬୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ବାଲିକୁଦା ବ୍ଲକରୁ ୪ ଜଣ, ବିରିଡ଼ି ବ୍ଲକରୁ ଜଣେ, ଏରସମା ବ୍ଲକରୁ ୮ ଜଣ ,କୁଜଙ୍ଗ ବ୍ଲକରୁ ୪ଜଣ, ତିର୍ତ୍ତୋଲ ବ୍ଲକରୁ ୧୨ଜଣ, ନାଉଗାଁ ବ୍ଲକରୁ ଜଣେ, ରଘୁନାଥପୁର ବ୍ଲକରୁ ଜଣେ, ଜଗତସିଂହପୁର ବ୍ଲକରୁ ୯ ଜଣ, ଜଗତସିଂହପୁର ମ୍ୟୁନିସିପାଲିଟିରୁ ୧୨ଜଣ ଓ ପାରାଦ୍ବୀପରୁ ୯ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ଏହାସହିତ ଆଜି ଜଗତସିଂହପୁର ଜିଲ୍ଲାରୁ ୮୪ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଜିଲ୍ଲାରୁ ସମୁଦାୟ ଚିହ୍ନଟ ହୋଇଥିବା ୫୭୮୭ ଜଣ ଆକ୍ରାନ୍ତଙ୍କ ମଧ୍ୟରୁ ୫୧୪୭ ଜଣ ସୁସ୍ଥ ହୋଇଥିବା ବେଳେ ୧୩ ଜଣଙ୍କ ମୃତ୍ୟୁ ହୋଇଛି ଏବଂ ବର୍ତ୍ତମାନ ଜିଲ୍ଲାରେ ୬୨୭ ଜଣ ଆକ୍ରାନ୍ତ ସକ୍ରିୟ ରହିଛନ୍ତି ବୋଲି ଜିଲ୍ଲା ପ୍ରଶାସନ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।

 

Related posts