
ଭୁବନେଶ୍ବର : ଭୁବନେଶ୍ୱର ରାଜଭବନ ନିକଟ ପେଟ୍ରୋଲ ପମ୍ପ ବିସ୍ଫୋରଣ ଘଟଣାରେ ଦୁଇ ଗୁରୁତରଙ୍କ ମଧ୍ୟରୁ ଜଣଙ୍କର ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ହୋଇଛି ବୋଲି ସୂଚନା ଦେଇଛନ୍ତି ଏସ୍ସିବି ଜରୁରୀକାଳୀନ ଅଧିକାରୀ ଭୁବନାନନ୍ଦ ମହାରଣା । ଗତକାଲି ଦୁଇ ଗୁରୁତରଙ୍କୁ ଏସ୍ସିବି ମେଡିକାଲକୁ ସ୍ଥାନାନ୍ତର କରାଯାଇଥିଲା । ମୃତକ ଜଣଙ୍କ ହେଲେ ସତ୍ୟ ନାୟକ। 37 ବର୍ଷୀୟ ସତ୍ୟ ନାୟକଙ୍କ ଶରୀରର ୬୦ ପ୍ରତିଶତ ଅଂଶ ପୋଡ଼ି ଯାଇଥିବା ସହ ମୁଣ୍ଡରେ ଗଭୀର ଆଘାତ ଲାଗିଥିଲା। ତାଙ୍କ ଘର ଗଞ୍ଜାମ ଜିଲା ଆସିକାର ରଘୁନାଥନଗର ଅଞ୍ଚଳରେ ବୋଲି ସୂଚନା ରହିଛି । ଆଜି ସକାଳୁ ତାଙ୍କର ମୃତ୍ୟୁ ହୋଇଥିବାର ସୂଚନା ରହିଛି । ସେହିପରି ଅନ୍ୟ ଜଣେ ଗୁରୁତରଙ୍କ ଦୁଇଟି ଯାକ ଆଖିରେ ଆଘାତ ଲାଗିଛି ।