ଆଜି 17 କରୋନା ଆକ୍ରାନ୍ତଙ୍କ ମୃତ୍ୟୁ : ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା 991କୁ ବୃଦ୍ଧି

Published: Oct 9, 2020, 12:17 pm IST

ଭୁବନେଶ୍ବର : ରାଜ୍ୟରେ ଆଉ 17 କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ 4 ଜଣ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଥିବାବେଳେ ବାଲେଶ୍ବରରୁ ତିନି ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ସେହିପରି ପୁରୀ, ମୟୂରଭଞ୍ଜ  ବାଲେଶ୍ବର ଜିଲ୍ଲାରୁ 2 ଜଣ ଲେଖାଏଁ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଥିବାବେଳେ ମାଲକାନଗିରି, କଳାହାଣ୍ଡି ନୟାଗଡ, ସୁବର୍ଣ୍ଣପୁର,ବରଗଡ କନ୍ଧମାଳ ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି। ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା 991କୁ ବୃଦ୍ଧି ହୋଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି ।

ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ 4 ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି । ଖୋର୍ଦ୍ଧା ଜିଲ୍ଲାରୁ ଦୁଇ ମୃତକଙ୍କ ବୟସ 64 ଓ 50ବର୍ଷ ରହିଥିବାର ସୂଚନା ରହିଛି । ସେହିପରି ଭୁବନେଶ୍ବରରୁ ଦୁଇ ମୃତକଙ୍କ ମଧ୍ୟରେ ଜଣେ 75 ବର୍ଷୀୟା ମହିଳା ଓ ଅନ୍ୟ ଜଣେ 72 ବର୍ଷୀୟ ପୁରୁଷ । ସେହିପରି ବାଲେଶ୍ବରରୁ 72 ବର୍ଷୀୟା ମହିଳା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଥିବାବେଳେ ଅନ୍ୟ ଦୁଇ ଆକ୍ରାନ୍ତଙ୍କ ମଧ୍ୟରେ ଜଣେ 55 ବର୍ଷୀୟ ପୁରୁଷ ଓ ଅନ୍ୟ ଜଣେ 70 ବର୍ଷୀୟ ବୃଦ୍ଧ ବୋଲି ସୂଚନା ରହିଛି ।

ପୁରୀର ଦୁଇ ମୃତକଙ୍କ ମଧ୍ୟରେ ଜଣେ 80 ବର୍ଷୀୟା ବୃଦ୍ଧା ଥିବାବେଳେ ଅନ୍ୟ ଜଣେ 90 ବର୍ଷୀୟ ବୃଦ୍ଧ ରହିଛନ୍ତି । ମୟୂରଭଞ୍ଜରୁଜଣେ 53 ବର୍ଷୀୟ ପୁରୁଷଙ୍କର ମୃତ୍ୟୁ ହୋଇଥିବାବେଳେ ଅନ୍ୟ ଜଣେ 56 ବର୍ଷୀୟ ପୁରୁଷ ବୋଲି ସୂଚନା ରହିଛି ।

ବରଗଡରୁ 53 ବର୍ଷୀୟ ପୁରୁଷ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଥିବାବେଳେ କଳାହାଣ୍ଡିରୁ 70 ବର୍ଷୀୟ ପୁରୁଷ, କନ୍ଧମାଳରୁ 51 ବର୍ଷୀୟ ପୁରୁଷ, ମାଲକାନଗିରିରୁ 40 ବର୍ଷୀୟ ପୁରୁଷ, ନୟାଗଡରୁ 80 ବର୍ଷୀୟ ବୃଦ୍ଧଙ୍କର ମୃତ୍ୟୁ ହୋଇଛି । ସେହିପରି ସୁବର୍ଣ୍ଣପୁରରୁ 67 ବର୍ଷୀୟ ପୁରୁଷଙ୍କର ମୃତ୍ୟୁ ହୋଇଛି ।

Related posts