Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ନାଚୁଣୀ ବାଇପାସ୍‌ରେ ବାଇକ୍‌- ଇନୋଭା ଧକ୍କା : ଦୁଇ ଗୁରୁତର, ଉତ୍ତ୍ୟକ୍ତ ଲୋକଙ୍କ ରାସ୍ତାରୋକ
ଆଜିର ଖବର

ନାଚୁଣୀ ବାଇପାସ୍‌ରେ ବାଇକ୍‌- ଇନୋଭା ଧକ୍କା : ଦୁଇ ଗୁରୁତର, ଉତ୍ତ୍ୟକ୍ତ ଲୋକଙ୍କ ରାସ୍ତାରୋକ

October 9, 2020No Comments2 Mins Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରଓ୍ବାଲ
ଚିଲିକା : ଆଜି ସନ୍ଧ୍ୟାବେଳେ ଖୋର୍ଦ୍ଧା ଜିଲ୍ଲା ଅନ୍ତର୍ଗତ ନାଚୁଣୀ ବାଇପାସ୍‌ ନିକଟରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଯାଇଛି । ଯେଉଁଥିରେ ଦୁଇଜଣ ଗୁରୁତର ଆହତ ହୋଇ ଟାଙ୍ଗୀ ମେଡିକାଲରେ ଭର୍ତ୍ତି ହୋଇଛନ୍ତି । ମିଳିଥିବା ସୂଚନା ଅନୁଯାୟୀ ଆଜି ସନ୍ଧ୍ୟା 5 ଘଟିକାରେ ଏକ ପଲସର ମୋଟର ସାଇକେଲରେ ଦୁଇ ଜଣ ଆରୋହୀ ନାଚୁଣୀ ବାଇପାସ୍‌ ନିକଟ ପେଟ୍ରୋଲ୍‌ ପମ୍ପ ସାମ୍ନାରେ ରାସ୍ତା ପାର୍‌ କରି ବିପରୀତ ଦିଗକୁ ଯାଉଥିବାବେଳେ ଦ୍ରୁତଗତିରେ ଆସୁଥିବା ଏକ ଇନଭୋ ଗାଡି ଧକ୍କା ଦେଇଥିଲା । ଫଳରେ ବାଇକ୍‌ ଆରୋହୀ ଓ ସହଯୋଗୀ ଛିଟିକ୍‌ ରାସ୍ତାର ଅପରପାଶ୍ବରେ ପଡିଥିବାବେଳେ ଗୁରୁତର ଆହତ ହୋଇଥିଲେ । ଏହି ଦୁର୍ଘଟଣାରେ ମୋଟର ସାଇକେଲ୍‌ଟି ସମ୍ପୂର୍ଣ୍ଣ ରୂପେ ଭାଙ୍ଗିରୁଜି ଯାଇଛି ।
ଦୁଇ ଗୁରୁତରଙ୍କ ମଧ୍ୟରେ ବାଇକ ଆରୋହୀ ଜଣକ ବାଣପୁର ବ୍ଲକ ଓଡଗାଁର ନବକିଶୋର ସେଠୀ ଏବଂ ତାଙ୍କ ସାଥୀରେ ଥିବା ବ୍ୟକ୍ତିଜଣକ ଚିଲିକା ବ୍ଲକ ହରିପୁର ଗ୍ରାମର ବାବୁଲା ପ୍ରଧାନ ବୋଲି ଜଣାପଡିଛନ୍ତି । ଦୁଇ ଗୁରୁତରଙ୍କୁ 108 ଆମ୍ବୁଲାନ୍ସ ଯୋଗେ ଟାଙ୍ଗୀ ହସ୍ପିଟାଲକୁ ନିଆଯାଇଥିବାବେଳେ ଘଟଣାସ୍ଥଳରେ ଗଙ୍ଗାଧରପୁର ଅଗ୍ନିଶମ ବାହିନୀ ମଧ୍ୟ ଉପସ୍ଥିତ ରହିଥିଲେ ।

ଅପରପକ୍ଷରେ ଦୁର୍ଘଟଣା ପରେ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ପ୍ରକାଶ ପାଇବା ସହିତ 16 ନମ୍ବର ଜାତୀୟ ରାଜପଥକୁ ପାଖାପାଖି 1 ଘଣ୍ଟା ଯାଏଁ ଅବରୋଧ କରିଥିଲେ ସ୍ଥାନୀୟ ଗ୍ରାମବାସୀ l ଉକ୍ତ ଅଞ୍ଚଳରେ ବାରମ୍ବାର ଦୁର୍ଘଟଣା ଘଟୁଥିବାସ୍ଥଳେ ବାଇପାସ୍‌ ଓଭରବ୍ରିଜ୍‌ କାମ ମନ୍ଥର ଗତିରେ ଚାଲୁଛି, ଏହାକୁ ନେଇ ତୀବ୍ର ଜନଅସନ୍ତୋଷ ଦେଖାଦେଇଛି। ଦୁର୍ଘଟଣାର ଖବର ପାଇଁ ନାଚୁଣୀ ପୋଲିସ ଉକ୍ତ କାର୍‌ଟିକୁ ଜବତ କରିବା ସହ ଉତ୍ତ୍ୟକ୍ତ ଲୋକଙ୍କୁ ବୁଝାଶୁଝା କରିଥିଲା । ପୋଲିସ୍‌ର ବୁଝାଶୁଝା କରିବା ପରେ ଏବେ ସେହି ରାସ୍ତାରେ ଜନଯାତ୍ରା ସ୍ବାଭାବିକ ହୋଇଥିବା ଜଣାପଡିଛି ।ସୂଚନାଯୋଗ୍ୟ, ଆଜି ନାଚୁଣୀ ନିକଟରେ ମଧ୍ୟାହ୍ନ ସମୟରେ ମଧ୍ୟ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟି ଦୁଇ ଜଣ ଗୁରୁତର ହୋଇଥିବା ସ୍ଥଳେ ବର୍ତ୍ତମାନ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ଜଣେ ଜଣେ ଗୁରୁତର ହୋଇ ଚିକିତ୍ସିତ ହେଉଛନ୍ତି l

accident
Share. Facebook Twitter LinkedIn Email WhatsApp Copy Link

Related Posts

ଭାରତୀୟ ବାୟୁସେନାର ବଡ଼ କାର୍ଯ୍ୟାନୁଷ୍ଠାନ: ବନ୍ଦ ହେଲା ତେଜସ୍ ଲଢ଼ୁଆ ବିମାନର ଉଡ଼ାଣ

February 23, 2026

ଗଞ୍ଜାମରେ ଜନଗଣନା–୨୦୨୭ ର ‘ହାଉସ୍ ଲିଷ୍ଟିଙ୍ଗ ଓ ହାଉସିଂ ସେନସସ୍’ ସମ୍ପର୍କିତ ପ୍ରଶିକ୍ଷଣ କାର୍ଯ୍ୟକ୍ରମ

February 23, 2026

ଏମ୍ସ ଭୁବନେଶ୍ବରରେ ଅତ୍ୟାଧୁନିକ ଲିଭର ଟ୍ରାନ୍ସପ୍ଲାଣ୍ଟ ୟୁନିଟ୍ ଏବଂ ରୋବୋଟିକ୍ ସର୍ଜରୀ ସିଷ୍ଟମକୁ ଉଦ୍ଘାଟିତ

February 23, 2026

ସୁରକ୍ଷିତ ଟ୍ରେନ୍ ପରିଚାଳନା ସୁନିଶ୍ଚିତ କରିଥିବା ଚାରି ରେଳ କର୍ମଚାରୀଙ୍କୁ ପୂର୍ବତଟ ରେଳପଥର ସମ୍ମାନ

February 23, 2026
Latest News

ରଣପୁର ବ୍ଲକ ପରିସରରେ ଜିଲ୍ଲାପାଳଙ୍କ ଜନଶୁଣାଣୀ କାର୍ଯ୍ୟକ୍ରମ

February 23, 2026

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମାନବ-କୈନ୍ଦ୍ରିକ ଏଆଇ ଯାତ୍ରା

February 23, 2026

ଭାରତୀୟ ବାୟୁସେନାର ବଡ଼ କାର୍ଯ୍ୟାନୁଷ୍ଠାନ: ବନ୍ଦ ହେଲା ତେଜସ୍ ଲଢ଼ୁଆ ବିମାନର ଉଡ଼ାଣ

February 23, 2026

ଜାତୀୟ ମୁଦ୍ରୀକରଣ ପାଇପଲାଇନ୍‌ ୨.୦ର ଶୁଭାରମ୍ଭ କଲେ କେନ୍ଦ୍ର ଅର୍ଥମନ୍ତ୍ରୀ

February 23, 2026

ଗଞ୍ଜାମରେ ଜନଗଣନା–୨୦୨୭ ର ‘ହାଉସ୍ ଲିଷ୍ଟିଙ୍ଗ ଓ ହାଉସିଂ ସେନସସ୍’ ସମ୍ପର୍କିତ ପ୍ରଶିକ୍ଷଣ କାର୍ଯ୍ୟକ୍ରମ

February 23, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.