ଅବପାତ ରୂପ ନେଲା ଲଘୁଚାପ : ଦକ୍ଷିଣ ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା

Published: Oct 11, 2020, 11:25 am IST

ଭୁବନେଶ୍ବର : ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଅବପାତରେ ପରିଣତ ହୋଇଛି । ଆଜି ସକାଳ 5ଟା 30ରେ ଅବପାତର ରୂପନେଇଛି ସୃଷ୍ଟ ଲଘୁଚାପ । ଏହା ଅଧିକ ଘନୀଭୂତ ହୋଇ 24 ଘଣ୍ଟାରେ ଗଭୀର ଅବପାତର ରୂପ ନେବା ସମ୍ଭାବନା ରହିଛି । ଦକ୍ଷିଣ-ଦକ୍ଷିଣପୂର୍ବ ଦିଗରେ ବିଶାଖାପାଟଣାରୁ 430 କିମି ଦୂରରେ ଏହା କେନ୍ଦ୍ରୀଭୂତ ହୋଇଛି । ଆସନ୍ତା 12 ତାରିଖ ରାତ୍ରି ସୁଦ୍ଧା ବିଶାଖାପାଟଣା ଓ ନରସାପୁର ମଝିରେ ଉପକୂଳ ଅତିକ୍ରମ କରିବାର ସମ୍ଭାବନା ରହିଛି ।  ଏହାର ପ୍ରଭାବରେ ଆନ୍ଧ୍ରପ୍ରଦେଶ, ତେଲେଙ୍ଗାନା, ରୟାଲମୀମା, କର୍ଣ୍ଣାଟକ, ମରାଠାଓ୍ବାଡାରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ହେବା ନେଇ ପାଣିପାଗ ପୂର୍ବାନୁମାନ କରିଛି ।   ଏହାର ପ୍ରଭାବରେ ଦକ୍ଷିଣ ଓଡିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏହାର ପ୍ରଭାବରେ ଆଜିଠାରୁ 13 ତାରିଖ ଯାଏଁ ଓଡ଼ିଶାର ଅଧିକାଂଶ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଏହି ସମୟ ମଧ୍ୟରେ ମତ୍ସ୍ୟଜୀବୀଙ୍କୁ ସମୁ୍ଦ୍ର ନ ଯିବାକୁ ବାରଣ କରିଛି ପାଣିପାଗ କେନ୍ଦ୍ର ।

ଲଘୁଚାପକୁ ଦୃଷ୍ଟିରେ ରଖି 12 ତାରିଖ ସକାଳ ଯାଏ 11ଟି ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ଏହି ସମସ୍ତ ଜିଲ୍ଲାଗୁଡିକ ମଧ୍ୟରେ ରହିଛି ଗଞ୍ଜାମ, ଗଜପତି, ପୁରୀ, ରାୟଗଡା, ଜଗତସିଂହପୁର, ମାଲକାନଗିରି, କୋରାପୁଟ, ବରଗଡ, ଝାରସୁଗୁଡା, ସୁନ୍ଦରଗଡ ଓ କେନ୍ଦୁଝରକୁ ୟେଲୋ ଓ୍ବାର୍ଣ୍ଣିଂ ଜାରିଛି ଆଞ୍ଚଳିକ ପାଣିପାଗ ବିଭାଗ ।

Related posts