ଆଜି 16 କରୋନା ଆକ୍ରାନ୍ତଙ୍କ ମୃତ୍ୟୁ : ରାଜ୍ୟରେ ମୋଟ୍‌ ମୃତ୍ୟୁ ସଂଖ୍ୟା 1022କୁ ବୃଦ୍ଧି

Published: Oct 11, 2020, 11:48 am IST

ଭୁବନେଶ୍ବର : ରାଜ୍ୟରେ ଆଉ 15 କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ 5 ଜଣ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଥିବାବେଳେ ବାଲେଶ୍ବର ଜିଲ୍ଲାରୁ ତିନି କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି ।  ଢେଙ୍କାନାଳରୁ 2 କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଥିବାବେଳେ ଗଜପତି, କେନ୍ଦ୍ରାପଡା, କୋରାପୁଟ, ପୁରୀ, କଳାହାଣ୍ଡିରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି । ରାଜ୍ୟରେ ମୋଟ୍‌ ମୃତ୍ୟୁ ସଂଖ୍ୟା 1022କୁ ବୃଦ୍ଧି ହୋଇଛି ।  ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି।

ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ 5 ମୃତକଙ୍କ ମଧ୍ୟରୁ ଭୁବନେଶ୍ବରର ତିନିଜଣ ରହିଛନ୍ତି । ଭୁବନେଶ୍ବରର 65 ଓ 67 ବର୍ଷୀୟା ମହିଳା, 69 ବର୍ଷୀୟ ପୁରୁଷଙ୍କର ମୃତ୍ୟୁ ହୋଇଥିବାବେଳେ ଖୋର୍ଦ୍ଧା ଜିଲ୍ଲାର ଅନ୍ୟ ଦୁଇ ମୃତକ ମଧ୍ୟରେ ଜଣେ 60 ବର୍ଷୀୟା ମହିଳା ଥିବାବେଳେ ଅନ୍ୟ ଜଣେ 70 ବର୍ଷୀୟ ପୁରୁଷ ।

ବାଲେଶ୍ବରରୁ ତିନି ମୃତକଙ୍କ ମଧ୍ୟରେ ଜଣେ 42 ବର୍ଷୀୟା ମହିଳା ଥିବାବେଳେ ଅନ୍ୟ ତିନି ପୁରୁଷଙ୍କ ବୟସ ଯଥାକ୍ରମେ 60., 68 ଓ 84 ବର୍ଷ । ଢେଙ୍କାନାଳ ଜିଲ୍ଲାର 2 ମୃତକଙ୍କ ବୟସ ଯଥାକ୍ରମେ 59 ଓ 66 ବର୍ଷ ।

ସେହିପରି ଗଜପତିରୁ 70 ବର୍ଷୀୟା ମହିଳା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଥିବାବେଳେ କଳାହାଣ୍ଡିରୁ 50 ବର୍ଷୀୟା ମହିଳା, କେନ୍ଦ୍ରାପଡାରୁ 74ବର୍ଷୀୟ ପୁରୁଷ, କୋରାପୁଟରୁ 60 ବର୍ଷୀୟା ମହିଳାଙ୍କ ମୃତ୍ୟୁ ହୋଇଥିବାବେଳେ ପୁରୀରୁ 68 ବର୍ଷୀୟ ପୁରୁଷଙ୍କର ମୃତ୍ୟୁ ହୋଇଛି ।

Related posts