Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଜି 18 କରୋନା ଆକ୍ରାନ୍ତଙ୍କ ମୃତ୍ୟୁ : ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା 1040କୁ ବୃଦ୍ଧି
ଆଜିର ଖବର

ଆଜି 18 କରୋନା ଆକ୍ରାନ୍ତଙ୍କ ମୃତ୍ୟୁ : ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା 1040କୁ ବୃଦ୍ଧି

October 12, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର : ରାଜ୍ୟରେ ଆଉ 18 କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । କଟକ ଜିଲ୍ଲାରୁ ସର୍ବାଧିକ 4 ଜଣ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଥିବାବେଳେ ବାଲେଶ୍ବର ଓ ଖୋର୍ଦ୍ଧା ଜିଲ୍ଲାରୁ ତିନି ଜଣ ଲେଖାଏଁ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି। ଯାଜପୁର ଓ ସୁନ୍ଦରଗଡରୁ 2 ଜଣ ଲେଖାଏଁ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଥିବାବେଳେ ଜଗତସିଂହପୁର, ମୟୂରଭଞ୍ଜ, ନବରଙ୍ଗପୁର  ଓ ପୁରୀରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି । ରାଜ୍ୟରେ ମୋଟ୍‌ ମୃତ୍ୟୁ ସଂଖ୍ୟା 1040କୁ ବୃଦ୍ଧି ହୋଇଛି ।  ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି।

କଟକଜିଲ୍ଲାର ଚାରି ମୃତକ ପୁରୁଷହୋଇଥିବାବେଳେ ସେମାନଙ୍କ ବୟସ ଯଥାକ୍ରମେ 55, 68, 53 ଓ 66 ବର୍ଷ । ବାଲେଶ୍ବରର ତିନି ମୃତକଙ୍କ ମଧ୍ୟରେ ଜଣେ  55 ବର୍ଷୀୟ ମହିଳା ଥିବାବେଳେ ଅନ୍ୟ ଦୁଇ ପୁରୁଷଆକ୍ରାନ୍ତଙ୍କ ବୟସ ଯଥାକ୍ରମେ 60 ଓ 64 ବର୍ଷ। ସେହିପରି ଖୋର୍ଦ୍ଧା ଜିଲ୍ଲାରୁ ଜଣେ 40 ବର୍ଷୀୟା ମହିଳା ଥିବାବେଳେ ଅନ୍ୟ ଦୁଇ ମୃତକ ଭୁବନେଶ୍ବରର । ଜଣେ 72 ବର୍ଷୀୟା ମହିଳା ଥିବାବେଳେ ଅନ୍ୟ ଜଣେ 65 ବର୍ଷୀୟ ପୁରୁଷ ।

ସୁନ୍ଦରଗଡର ଦୁଇ ମୃତକଙ୍କ ମଧ୍ୟରେ ଜଣେ 65 ବର୍ଷୀୟ ପୁରୁଷ ଥିବାବେଳେ ଅନ୍ୟ ଜଣେ 39 ବର୍ଷୀୟ ପୁରୁଷ । ଯାଜପୁରୁର ଦୁଇ ମୃତକଙ୍କ ମଧ୍ୟରେ ଜଣେ 85 ବର୍ଷୀୟ ପୁରୁଷ ଅନ୍ୟ ଜଣେ 28 ବର୍ଷୀୟା ମହିଳା ବୋଲି ସୂଚନା ରହିଛି । ଜଗତସିଂହପୁରରୁ 85 ବର୍ଷୀୟା ପୁରୁଷଙ୍କ ମୃତ୍ୟୁ ହୋଇଥିବାବେଳେ ପୁରୀରୁ 53 ବର୍ଷୀୟା ମହିଳା, ନବରଙ୍ଗପୁରରୁ 55 ବର୍ଷୀୟା ପୁରୁଷ ଓ ମୟୂରଭଞ୍ଜରୁ 80 ବର୍ଷୀୟ ପୁରୁଷଙ୍କର ମୃତ୍ୟୁ ହୋଇଛି ।

କଟକ କରୋନା ଖୋର୍ଦ୍ଧା ବାଲେଶ୍ବର
Share. Facebook Twitter LinkedIn Email WhatsApp Copy Link

Related Posts

କେନ୍ଦ୍ରୀୟ ବଜେଟ୍: ମେଡିକାଲ୍ ଟୁରିଜିମ୍ ପ୍ରୋତ୍ସାହନ ପାଇଁ ପ୍ରତିଷ୍ଠା ହେବ ୫ ଆଞ୍ଚଳିକ ମେଡିକାଲ୍ ହବ୍

February 1, 2026

କେନ୍ଦ୍ରୀୟ ବଜେଟ୍ ରେ କ୍ରୀଡ଼ା ସାମଗ୍ରୀ ଉତ୍ପାଦନ, ଗବେଷଣା ଏବଂ ନବସୃଜନକୁ ପ୍ରୋତ୍ସାହନ

February 1, 2026

ପୂର୍ବ ଭାରତ ସମେତ ଓଡ଼ିଶାର ଆର୍ଥିକ ଅଭିବୃଦ୍ଧିକୁ ତ୍ୱରାନ୍ୱିତ କରିବ ଚଳିତ ବଜେଟ: ଧର୍ମେନ୍ଦ୍ର ପ୍ରଧାନ

February 1, 2026

ଆଇଟି ସେବା ନିମନ୍ତେ ନିରାପଦ ସ୍ଥାନ ପାଇବାର ସୀମା ୩୦୦ କୋଟିରୁ ୨୦୦୦ କୋଟିକୁ ବୃଦ୍ଧି

February 1, 2026
Latest News

କେନ୍ଦ୍ରୀୟ ବଜେଟ୍: ମେଡିକାଲ୍ ଟୁରିଜିମ୍ ପ୍ରୋତ୍ସାହନ ପାଇଁ ପ୍ରତିଷ୍ଠା ହେବ ୫ ଆଞ୍ଚଳିକ ମେଡିକାଲ୍ ହବ୍

February 1, 2026

କେନ୍ଦ୍ରୀୟ ବଜେଟ୍ ରେ କ୍ରୀଡ଼ା ସାମଗ୍ରୀ ଉତ୍ପାଦନ, ଗବେଷଣା ଏବଂ ନବସୃଜନକୁ ପ୍ରୋତ୍ସାହନ

February 1, 2026

୨୦୨୬ -୨୭ ଆର୍ଥିକ ବର୍ଷ ପାଇଁ ୧୨.୨ ଲକ୍ଷ କୋଟି  ଟଙ୍କା ସାର୍ବଜନୀନ ପୁଞ୍ଜି ବ୍ୟୟ ପ୍ରସ୍ତାବିତ

February 1, 2026

କେନ୍ଦ୍ର ବଜେଟ୍ 2026-27 ର ମୁଖ୍ୟାଂଶ

February 1, 2026

ପୂର୍ବ ଭାରତ ସମେତ ଓଡ଼ିଶାର ଆର୍ଥିକ ଅଭିବୃଦ୍ଧିକୁ ତ୍ୱରାନ୍ୱିତ କରିବ ଚଳିତ ବଜେଟ: ଧର୍ମେନ୍ଦ୍ର ପ୍ରଧାନ

February 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.