Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସହରାଞ୍ଚଳ ବିକାଶ ପାଇଁ ଓଡ଼ିଶାକୁ ମିଳିଛି 885 କୋଟି: ଧର୍ମେନ୍ଦ୍ର
ଆଜିର ଖବର

ସହରାଞ୍ଚଳ ବିକାଶ ପାଇଁ ଓଡ଼ିଶାକୁ ମିଳିଛି 885 କୋଟି: ଧର୍ମେନ୍ଦ୍ର

October 13, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ଓଡ଼ିଶାକୁ ସହରାଞ୍ଚଳ ବିକାଶ ପାଇଁ 5 ବର୍ଷରେ ମୋଟ 885.58 କୋଟି ଟଙ୍କା  ମିଳିଛି ।  ଏନେଇ ସୂଚନା ଦେଇଛନ୍ତି କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଅଟଳ ମିଶନ ‘ଅମୃତ’  ଯୋଜନାରେ ଏହି ଟଙ୍କା ମିଳିଥିବା ଶ୍ରୀ ପ୍ରଧାନ କହିଛନ୍ତି । ସେ କହିଛନ୍ତି ଯେ, ‘ଅମୃତ’ ଯୋଜନାରେ ଭୁବନେଶ୍ୱର, ଭଦ୍ରକ, ବାଲେଶ୍ୱର, ବ୍ରହ୍ମପୁର, କଟକ,  ପୁରୀ, ରାଉରକେଲା ଓ ସମ୍ବଲପୁର ପାଇଁ ବି ଅର୍ଥ ମିଳିଛି ।  ରାଜ୍ୟ ବାର୍ଷିକ କାର୍ୟ୍ୟ ଯୋଜନା(ସାପ) ଅଧୀନରେ 1599କୋଟି ମଞ୍ଜୁର ହୋଇଛି ।

ଏହି ଯୋଜନା ଅଧୀନରେ ଓଡିଶାକୁ 191ଟି ପ୍ରକଳ୍ପ ମଞ୍ଜୁର କରାଯାଇଥିବା ବେଳେ ସେଥିମଧ୍ୟରୁ 152ଟି ପ୍ରକଳ୍ପ ସମାପ୍ତ ହୋଇଛି ଓ ଅବଶିଷ୍ଟ 39 ପ୍ରକଳ୍ପର କାମ ଜାରି ରହିଛି। ଭୁବନେଶ୍ୱର ଓ ରାଉରକେଲାରେ ସ୍ମାର୍ଟ ସିଟି ମିଶନ ସହ ସ୍ୱୟଂଚାଳିତ ଜଳ ବିଶୋଧନ ପ୍ଲାଣ୍ଟ, ପାର୍କର ବିକାଶ, ଜରୁରୀକାଳୀନ ସୌରଚାଳିତ ପମ୍ପ ସ୍ଥାପନ ଭଳି ପ୍ରକଳ୍ପ ଲୋକଙ୍କ ଆକାଂକ୍ଷାକୁ ପୂରଣ କରୁଛି ।  ଏହା  ଓଡ଼ିଶା ସହରାଞ୍ଚଳ ବିକାଶ ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ପ୍ରତିବଦ୍ଧତାକୁ ଦର୍ଶାଉଛି ବୋଲି ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି ।

dharmendra pradhan
Share. Facebook Twitter LinkedIn Email WhatsApp Copy Link

Related Posts

ପରବର୍ତ୍ତୀ ବିଶ୍ୱକପ୍ ଜିତିବା ପାଇଁ ପ୍ରସ୍ତୁତ ହେଉଛନ୍ତି ଗୌତମ ଗମ୍ଭୀର: ଜାଣନ୍ତୁ କ’ଣ କହିଲେ ମୁଖ୍ୟ ପ୍ରଶିକ୍ଷକ?

March 10, 2026

ଡାଇରିଆର ତ୍ୱରିତ ନିଦାନ ଲାଗି ବିକଶିତ ହେବ ସ୍ୱଦେଶୀ କିଟ୍

March 10, 2026

ଓଡ଼ିଶାରେ ଆୟୋଜିତ ହେବ ଫିଟ୍ ଇଣ୍ଡିଆ କାର୍ନିଭାଲ- ୨୦୨୬

March 10, 2026

ଖୋର୍ଦ୍ଧା ଜିଲ୍ଲା ସରକାରୀ କର୍ମଚାରୀ ସାଂସ୍କୃତିକ ପରିଷଦ ଉପଦେଷ୍ଟା ମଣ୍ଡଳୀ ବୈଠକ

March 10, 2026
Latest News

ପରବର୍ତ୍ତୀ ବିଶ୍ୱକପ୍ ଜିତିବା ପାଇଁ ପ୍ରସ୍ତୁତ ହେଉଛନ୍ତି ଗୌତମ ଗମ୍ଭୀର: ଜାଣନ୍ତୁ କ’ଣ କହିଲେ ମୁଖ୍ୟ ପ୍ରଶିକ୍ଷକ?

March 10, 2026

“ଏଲପିଜି ଉତ୍ପାଦନ ବୃଦ୍ଧି କର”: କମ୍ପାନୀଗୁଡିକୁ ନିର୍ଦ୍ଦେଶ ଦେଲେ  ସରକାର

March 10, 2026

ଡାଇରିଆର ତ୍ୱରିତ ନିଦାନ ଲାଗି ବିକଶିତ ହେବ ସ୍ୱଦେଶୀ କିଟ୍

March 10, 2026

ଓଡ଼ିଶାରେ ଆୟୋଜିତ ହେବ ଫିଟ୍ ଇଣ୍ଡିଆ କାର୍ନିଭାଲ- ୨୦୨୬

March 10, 2026

‘ସବ୍‌କା ସାଥ୍‌ ସବ୍‌କା ବିକାଶ-ଲୋକଙ୍କ ଆକାଂକ୍ଷା ପୂରଣ’ ବିଷୟ ଉପରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ

March 10, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.