ଅକ୍ଟୋବର 19ରୁ ଆଉ ଏକ ଲଘୁଚାପ!

Published: Oct 15, 2020, 3:25 pm IST

ଭୁବନେଶ୍ବର:  ଆସନ୍ତା 19ରେ ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ସମ୍ଭାବନା । କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି । ଗଭୀର ଅବପାତ ପ୍ରଭାବରେ ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଥିବା ବେଳେ ଆଉ ଏକ ଲଘୁଚାପ ସୃଷ୍ଟି ହେବା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଭାଗ। ଆସନ୍ତା 19 ତାରିଖରେ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଲଘୁଚାପ ବଳୟ ସୃଷ୍ଟି ହୋଇପାରେ ବୋଲି ପାଣିପାଗ ବିଭାଗ ସୂଚନା ଦେଇଛି।

ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଗଭୀର ଅବପାତରେ ପରିଣତ ହେବା ପରେ ସ୍ଥଳଭାଗ ଛୁଇଁଛି। ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ଲାଗି ରହିଛି।

Related posts