ରମେଶ ମହାନ୍ତି
ଜଗତସିଂହପୁର : ଆଜି ନାମାଙ୍କନ ପତ୍ର ଦାଖଲର ସପ୍ତମ ଦିନରେ ତିର୍ତ୍ତୋଲ ନିର୍ବାଚନମଣ୍ଡଳୀର ଉପନିର୍ବାଚନ ନିମନ୍ତେ କଂଗ୍ରେସ ଦଳ ପକ୍ଷରୁ ହିମାଂଶୁ ଭୂଷଣ ମଲ୍ଲିକ ଓ ସ୍ୱାଧୀନ ପ୍ରାର୍ଥୀ ଭାବେ ରମେଶ ଚନ୍ଦ୍ର ମଲ୍ଲିକ ଏବଂ ରବିନ୍ଦ୍ର ନାଥ ସେଠୀ ନିଜର ନାମାଙ୍କନପତ୍ର ଦାଖଲ କରିଛନ୍ତି। ଜଗତସିଂହପୁର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ପହଞ୍ଚିବା ପରେ ପ୍ରାର୍ଥୀମାନେ ଅତିରିକ୍ତ ଜିଲ୍ଲାପାଳ ତଥା ରିଟର୍ଣ୍ଣିଂ ଅଧିକାରୀ ସଚ୍ଚିଦାନନ୍ଦ ସାହୁଙ୍କ ନିକଟରେ ନିଜର ନାମାଙ୍କନପତ୍ର ଦାଖଲ କରିଛନ୍ତି।
ସେହିପରି ପୂର୍ବରୁ ବିଜେପି ପ୍ରାର୍ଥୀ ରାଜକିଶୋର ବେହେରା ନିଜର ନାମାଙ୍କନପତ୍ର ଦାଖଲ କରିସାରିଛନ୍ତି। ଗତକାଲି ଭାରତୀୟ କମ୍ୟୁନିଷ୍ଟ ପାର୍ଟି ପକ୍ଷରୁ ବିଜୟ କୁମାର ଭୋଇ ଓ ସ୍ୱାଧୀନ ପ୍ରାର୍ଥୀ ଭାବେ ଅର୍ଜୁନ ଚରଣ ବେହେରା ନିଜର ନାମାଙ୍କନପତ୍ର ଦାଖଲ କରିଥିଲେ। ଗତକାଲି ସୁଦ୍ଧା ମୋଟ୍ ୩ଜଣ ପ୍ରାର୍ଥୀ ନାମାଙ୍କନପତ୍ର ଦାଖଲ କରିଥିବା ବେଳେ ଆଜି ୩ଜଣ ପ୍ରାର୍ଥୀ ନାମାଙ୍କନପତ୍ର ଦାଖଲ କରିଛନ୍ତି।ଆଜି ସୁଦ୍ଧା ସମୁଦାୟ ୬ଜଣ ପ୍ରାର୍ଥୀ ନିଜର ନାମାଙ୍କନପତ୍ର ଦାଖଲ କରିଛନ୍ତି ବୋଲି ଜିଲ୍ଲା ନିର୍ବାଚନ କାର୍ଯ୍ୟାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।