Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଶେଷ ଦିନରେ ପ୍ରାର୍ଥିପତ୍ର ଦାଖଲ କଲେ ବିଜେଡି ପ୍ରାର୍ଥୀ ବିଜୟ ଶଙ୍କର ଦାସ ଓ ୨ଜଣ ସ୍ୱାଧୀନ ପ୍ରାର୍ଥୀ
ଆଜିର ଖବର

ଶେଷ ଦିନରେ ପ୍ରାର୍ଥିପତ୍ର ଦାଖଲ କଲେ ବିଜେଡି ପ୍ରାର୍ଥୀ ବିଜୟ ଶଙ୍କର ଦାସ ଓ ୨ଜଣ ସ୍ୱାଧୀନ ପ୍ରାର୍ଥୀ

October 16, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ରମେଶ ମହାନ୍ତି

ଜଗତସିଂହପୁର: ନାମାଙ୍କନପତ୍ର ଦାଖଲର ଆଜି ଶେଷ ଦିନ ଥିବାବେଳେ ତିର୍ତ୍ତୋଲ ବିଧାନସଭା ଉପନିର୍ବାଚନ ପାଇଁ ଆଜି ବିଜେଡି ପ୍ରାର୍ଥୀ ବିଜୟ ଶଙ୍କର ଦାସ ଓ ଦୁଇଜଣ ସ୍ୱାଧୀନ ପ୍ରାର୍ଥୀ ସଚିତ୍ର ମଲ୍ଲିକ ଏବଂ ଗୋଲାପ ମଞ୍ଜରି ଭୋଇ ନିଜର ନାମାଙ୍କନପତ୍ର ଦାଖଲ କରିଛନ୍ତି।

ବହୁ ଦଳୀୟ କର୍ମୀଙ୍କ ସହ ବିଜୟ ଶଙ୍କର ଦାସ ଏକ ରାଲିରେ ଯାଇ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ପହଞ୍ଚିବା ପରେ ସେଠାରେ ନିଜର ନାମାଙ୍କନପତ୍ର ଜଗତସିଂହପୁର ଅତିରିକ୍ତ ଜିଲ୍ଲାପାଳ ତଥା ରିଟର୍ଣ୍ଣିଂ ଅଧିକାରୀ ସଚ୍ଚିଦାନନ୍ଦ ଦାସଙ୍କ ନିକଟରେ ଦାଖଲ କରିଛନ୍ତି।
ନାମାଙ୍କନ ପତ୍ର ଦାଖଲ ପୂର୍ବରୁ ସେ ପ୍ରଥମେ ଜଗତ୍‌ସିଂହପୁରର ଅଧିଷ୍ଠାତ୍ରୀ ଦେବୀ ମା’ ଶାରଳାଙ୍କ ଦର୍ଶନ କରିଥିଲେ ।କରୋନା କଟକଣା ପାଇଁ ସର୍ବସାଧାରଣଙ୍କୁ ମନ୍ଦିର ଭିତରକୁ ଯିବା ପାଇଁ ଅନୁମତି ନଥିବାରୁ ମନ୍ଦିରର ମୁଖ୍ୟ ଦ୍ୱାର ବାହାରେ ସେ ପୂଜାର୍ଚ୍ଚନା କରିଥିଲେ। ବିଜୟଙ୍କ ସହ ଜଗତସିଂହପୁର ସାଂସଦ ରାଜଶ୍ରୀ ମଲ୍ଲିକ ଓ ଜଗତସିଂହପୁର ବିଜେଡି ଜିଲ୍ଲା ସଭାପତି ପ୍ରଶାନ୍ତ କୁମାର ମୁଦୁଲିଙ୍କ ସମେତ ତିର୍ତ୍ତୋଲ, ରଘୁନାଥପୁର ଓ ବିରିଡ଼ି ବ୍ଲକର ବହୁ ତୁଙ୍ଗ ନେତା ସାମିଲ ହୋଇଥିଲେ।

ଏଥିସହିତ ନାମାଙ୍କନପତ୍ର ଦାଖଲର ଆଜି ଶେଷ ଦିନ ଥିବାବେଳେ ଆଜି ସୁଦ୍ଧା ମୋଟ୍ ୯ଜଣ ପ୍ରାର୍ଥୀ ନିଜର ନାମାଙ୍କନପତ୍ର ଦାଖଲ କରିଥିବା ଜିଲ୍ଲା ନିର୍ବାଚନ କାର୍ଯ୍ୟାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।

ଉପନିର୍ବାଚନ ତିର୍ତ୍ତୋଲ ନାମାଙ୍କନପତ୍ର ଦାଖଲ
Share. Facebook Twitter LinkedIn Email WhatsApp Copy Link

Related Posts

ଅନୁଗୋଳ ଆଠମଲ୍ଲିକର ବିଭିନ୍ନ ପ୍ରକଳ୍ପର ଲୋକାର୍ପଣ ଓ ଶିଳାନ୍ୟାସ କଲେ ଧର୍ମେନ୍ଦ୍ର ପ୍ରଧାନ

April 1, 2026

ପୂର୍ବ ବର୍ଷ ତୁଳନାରେ ୨୦୨୪-୨୫ ଆର୍ଥିକ ବର୍ଷରେ ଓଡିଶାର ଅର୍ଥନୀତି କ୍ଷେତ୍ରରେ ମଧ୍ୟମ ଧରଣର ଅଭିବୃଦ୍ଧି

April 1, 2026

ଆଜିଠାରୁ ଆରମ୍ଭ ହେବ ପ୍ରଥମ ପର୍ଯ୍ୟାୟ ଜନଗଣନା 

April 1, 2026

ଆଜି ଏପ୍ରିଲ ୧ ତାରିଖ ବୁଧବାର ଦିନ ଏହି ପାଞ୍ଚୋଟି ରାଶି ପାଇଁ ରହିଛି ଅସୁବିଧା, କରନ୍ତୁ ପ୍ରତିକାର

April 1, 2026
Latest News

କେନ୍ସ ସେମିକଣ୍ଡକ୍ଟର ପ୍ଲାଣ୍ଟର ଉଦ୍‌ଘାଟନ କଲେ ପ୍ରଧାନମନ୍ତ୍ରୀ

April 1, 2026

ଅନୁଗୋଳ ଆଠମଲ୍ଲିକର ବିଭିନ୍ନ ପ୍ରକଳ୍ପର ଲୋକାର୍ପଣ ଓ ଶିଳାନ୍ୟାସ କଲେ ଧର୍ମେନ୍ଦ୍ର ପ୍ରଧାନ

April 1, 2026

ପଶ୍ଚିମ ଏସିଆ ପରିସ୍ଥିତି: ପ୍ରମୁଖ କ୍ଷେତ୍ର ସମ୍ପର୍କିତ ଅପଡେଟ୍

April 1, 2026

ପୂର୍ବ ବର୍ଷ ତୁଳନାରେ ୨୦୨୪-୨୫ ଆର୍ଥିକ ବର୍ଷରେ ଓଡିଶାର ଅର୍ଥନୀତି କ୍ଷେତ୍ରରେ ମଧ୍ୟମ ଧରଣର ଅଭିବୃଦ୍ଧି

April 1, 2026

ଆଜିଠାରୁ ଆରମ୍ଭ ହେବ ପ୍ରଥମ ପର୍ଯ୍ୟାୟ ଜନଗଣନା 

April 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.