ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୨ ହଜାର ୮୫୦ ଜଣ କୋରୋନା ଆକ୍ରାନ୍ତ

Published: Oct 16, 2020, 9:52 pm IST

ଭୁବନେଶ୍ବର: ଆଜି ରାଜ୍ୟରୁ ୨ ହଜାର ୮୫୦ ଜଣ କୋରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି। ଖୋର୍ଦ୍ଧାରୁ ସର୍ବାଧିକ ୫୬୩ ଜଣ ସୁସ୍ଥ ହୋଇଥିବା ବେଳେ କଟକରୁ ୧୮୪, ପୁରୀରୁ ୧୪୭, ଅନୁଗୁଳରୁ ୧୩୮, ସମ୍ବଲପୁରରୁ ୧୩୭, କେନ୍ଦ୍ରାପଡାରୁ ୧୩୩, ବରଗଡରୁ ୯୮, ନବରଙ୍ଗପୁରରୁ ୮୯, ଯାଜପୁରରୁ ୮୭, ସୁନ୍ଦରଗଡରୁ ୮୫, ମୟୂରଭଞ୍ଜରୁ ୮୨, ଜଗତସିଂହପୁରରୁ ୮୦, ସୋନପୁରରୁ ୮୦, ବଲାଙ୍ଗିରିରୁ ୭୨, ଝାରସୁଗୁଡାରୁ ୭୨, ବାଲେଶ୍ବରରୁ ୬୯, ଢେଙ୍କାନାଳରୁ ୬୬, କଳାହାଣ୍ଡିରୁ ୬୩, କେନ୍ଦୁଝରରୁ ୫୫, କନ୍ଧମାଳରୁ ୪୮, ମାଲକାନଗିରିରୁ ୪୨, ବୌଦ୍ଧରୁ ୪୧, ନୂଆପଡାରୁ ୪୧, ନୟାଗଡରୁ ୩୭, ଗଞ୍ଜାମରୁ ୩୬, ଭଦ୍ରକରୁ ୩୧, ରାୟଗଡାରୁ ୨୭, କୋରାପୁଟରୁ ୨୬, ଦେବଗଡରୁ ୧୫, ଗଜପତି ୩ ଏବଂ ଷ୍ଟେଟ ପୁଲରୁ ୨୦୩ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୨ ଲକ୍ଷ ୪୧ ହଜାର ୩୮୫ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

Related posts