ଭୁବନେଶ୍ୱର: ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ଯୋଗୁଁ ରାଜ୍ୟରେ ବର୍ଷା ହେବାର ସମ୍ଭାବନା ରହିଛି। ରାଜ୍ୟରେ ସମ୍ଭାବ୍ୟ ବନ୍ୟା ମୁକାବିଲା ପାଇଁ ଜଳ ସମ୍ପଦ ବିଭାଗ ପ୍ରସ୍ତୁତ ରହିଛି। ଜଳସମ୍ପଦ ବିଭାଗର ପ୍ରସ୍ତୁତି ନେଇ ସର୍ବୋଚ୍ଚ ଯନ୍ତ୍ରୀ ଜ୍ୟୋତିର୍ମୟ ରଥ ସୂଚନା ଦେଇ କହିଛନ୍ତି ଯେ, ବଂଶଧାରା, ନାଗାବଳୀ ଓ ଋଷିକୂଲ୍ୟା ରିଜର୍ଭରୁ ଜଳ ଖାଲି କରାଯାଇଛି। ଜଳସ୍ତର 80%ରୁ କମାଇ 65ରୁ 70% ରଖାଯାଇଛି। 8ଟି ଜିଲ୍ଲାରେ ନୋଡାଲ ଅଫିସର ନିଯୁକ୍ତି କରାଯାଇଛି। ଏଥସହ ନଦୀବନ୍ଧ ଦୁର୍ବଳ ଥିବା ସ୍ଥାନରେ ପ୍ରତିକାର ଲାଗି ସରଞ୍ଜାମ ପ୍ରସ୍ତୁତ ରଖାଯାଇଛି ବୋଲି ସର୍ବୋଚ୍ଚ ଯନ୍ତ୍ରୀ ଜ୍ୟୋତିର୍ମୟ ରଥ ସୂଚନା ଦେଇଛନ୍ତି। ସୃଷ୍ଟ ଲଘୁଚାପ ପାଇଁ କାଲି ଠାରୁ 23 ତାରିଖ ଯାଏଁ ବର୍ଷା ହେବ। ରାଜ୍ୟରେ 5ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।