Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସାବଧାନ ରହିଲେ ସଂକ୍ରମଣ ବଢିବନି : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
ଆଜିର ଖବର

ସାବଧାନ ରହିଲେ ସଂକ୍ରମଣ ବଢିବନି : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

October 20, 2020No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର :  ଆଜି ରାଜ୍ୟବାସୀଙ୍କୁ ମୁଖ୍ୟମନ୍ତ୍ରୀ  ସମ୍ବୋଧନ କରି ପୂଜାରେ ସତର୍କ ରହିବାକୁ  ଅପିଲ୍‌ କରିଛନ୍ତି ।  ଗତ ସାତ ମାସ ହେଲା ଓଡ଼ିଶା କରୋନା ବିରୋଧରେ ଲଢୁଛି । ଏଥିପାଇଁ ରାଜ୍ୟବାସୀଙ୍କୁ ବହୁ କଷ୍ଟ, ତ୍ୟାଗ ସ୍ବୀକାର କରିବାକୁ ପଡିଛି । କରୋନାକୁ ଦୃଷ୍ଟିରେ ରଖି ପିଲା ଓ ବୟସ୍କଙ୍କୁ ଘରେ ରହିବାକୁ ପଡୁଛି । ବୟସ୍କ, ପିଲା ଘରେ ରହିଲେ, ଆମେ କରୋନା ବିରୋଧରେ ଲଢେଇ କରିପାରିବା । ଓଡ଼ିଶା 6 ମାସରେ କରୋନା ସଂକ୍ରମଣ ରୋକିବାରେ ସଫଳ ହୋଇଛି । ଗତ 15 ଦିନ ହେଲା ରାଜ୍ୟରେ କୋଭିଡ୍‌ କେସ କମିବା ଆରମ୍ଭକରିଛି । ସେପ୍ଟେମ୍ବର 26ରେ 4 ହଜାରରୁ ଅଧିକ ଥିଲା, ଏବେ 2 ହଜାର ତଳେ ରହିଛି । ପିଜିଟିଭିଟି ରେଟ୍‌ ବି କମିଛି, ଆଗକୁ ଆହୁରି କମିବ ।

ଦୁଇ ମାସ ତଳେ ଗଞ୍ଜାମ ହଟସ୍ପଟ ଥିଲା, ଦୈନିକ ଶହ ଶହ ବାହାରୁଥିଲେ । ଲୋକଙ୍କସହଯୋଗ, କୋଭିଡ୍‌ ଯୋଦ୍ଧାଙ୍କ ପରିଶ୍ରମ ସଫଳ ହୋଇଛି । ଗଞ୍ଜାମ, ଗଜପତିରେ ସଂକ୍ରମଣ କମିଛି, ଅନ୍ୟ ପାଇଁ ପ୍ରେରଣା ପାଲଟିଛି ।  କିନ୍ତୁ ଏଥିରେ ଆତ୍ମସନ୍ତୋଷ ନ କରି ଆମକୁ ସତର୍କ ଓ ସଚେତନ ରହିବାକୁ ପଡିବ । ମେଡିସିନ୍‌ ଓ ଭ୍ୟାକସିନ୍‌  ଆସିବା ପର୍ଯ୍ୟନ୍ତ ସାବଧାନ ରହିବାକୁ ହେବ ।

ବ୍ରିଟେନ୍‌, ଫ୍ରାନ୍ସରେ ସଂକ୍ରମଣ ପୁଣି ଅଧିକ ଭୟଙ୍କର ଭାବେ ବଢିଛି ।ଏବେ ସେମାନେ ପୁଣି ଲକ୍‌ଡାଉନ୍‌, ସଟ୍‌ଡାଉନ୍‌କୁ ଫେରିଲେଣି । ଆମେରିକା ପରେ ଭାରତ ଏବେ ସଂକ୍ରମଣରେ ଦ୍ବିତୀୟ ସ୍ଥାନରେ ଅଛି । ଓନାମ ପର୍ବ ପାଇଁ କେରଳରେ ସଂକ୍ରମଣ ତିନିଗୁଣ ବଢି ଯାଇଛି । ଶୀତଋତୁରେ କରୋନା ଅଧିକ ଭୟଙ୍କର ରୂପ ନେବ ବୋଲି ଏକ୍ସପର୍ଟ ମତ ଦେଇଛନ୍ତି।ଆଗକୁ ଦୁର୍ଗାପୂଜା ଓ ଦୀପାବଳି ଆସୁଛି । ଏହି ସମୟରେ ଘରେ ରହି ପୂଜା କରନ୍ତୁ । ଏହି ସମୟରେ ସମସ୍ତେ କରୋନା କଟକଣାକୁ କଡାକଡି ଭାବେ ପାଳନ କରିବା ପାଇଁ ସେ ପରାମର୍ଶ ଦେଇଛନ୍ତି । ମାସ୍କ ପିନ୍ଧିବା ସହ ସାମାଜିତ ଦୂରତା ମାନିବା ସହ ହାତକୁ ସାବୁନରେ ଧୋଇବା ପାଇଁ ସେ ପରାମର୍ଶ ଦେଇଛନ୍ତି । ପୂଜା ସମୟରେ ସର୍ବସାଧାରଣ ଜାଗାରେ ଭିଡ୍‌ କରନ୍ତୁ ନାହିଁ । ବାହାରକୁ ଗଲେ ମାସ୍କ ପିନ୍ଧନ୍ତୁ, ସାମାଜିକ ଦୂରତ୍ବ ରଖନ୍ତୁ । ହାତ ଧୁଅନ୍ତୁ  । ଆମେ ସାବଧାନ ରହିଲେ ଆଉ ସଂକ୍ରମଣ ବଢିପାରିବ ନାହିଁ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ।

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସଂକ୍ରମଣ
Share. Facebook Twitter LinkedIn Email WhatsApp Copy Link

Related Posts

ସ୍କୁଲ–କଲେଜରେ ଏଭିଜିସି କଣ୍ଟେଣ୍ଟ କ୍ରିଏଟର୍ ଲ୍ୟାବ୍ ପାଇଁ ରୋଡମ୍ୟାପ୍ ଉପରେ ଆଲୋଚନା

March 11, 2026

ମା’ ତାରାତାରିଣୀଙ୍କ ପ୍ରସିଦ୍ଧ ଚୈତ୍ର ପର୍ବ ଆରମ୍ଭ

March 11, 2026

ରାଜ୍ୟରେ ରନ୍ଧନ ଗ୍ୟାସ ଏବଂ ପେଟ୍ରୋଲ ଓ ଡିଜେଲର ଉପଲବ୍ଧତା ସଂପର୍କରେ ସମୀକ୍ଷା କଲେ ଅନୁ ଗର୍ଗ

March 11, 2026

ଆଜି ମାର୍ଚ୍ଚ ୧୧ ତାରିଖ ବୁଧବାର ଦିନ ଏହି ଆଠଟି ରାଶି ପାଇଁ ଦିନଟି ରହିଛି ଖୁସିମୟ

March 11, 2026
Latest News

ସ୍କୁଲ–କଲେଜରେ ଏଭିଜିସି କଣ୍ଟେଣ୍ଟ କ୍ରିଏଟର୍ ଲ୍ୟାବ୍ ପାଇଁ ରୋଡମ୍ୟାପ୍ ଉପରେ ଆଲୋଚନା

March 11, 2026

ମା’ ତାରାତାରିଣୀଙ୍କ ପ୍ରସିଦ୍ଧ ଚୈତ୍ର ପର୍ବ ଆରମ୍ଭ

March 11, 2026

ରାଜ୍ୟରେ ରନ୍ଧନ ଗ୍ୟାସ ଏବଂ ପେଟ୍ରୋଲ ଓ ଡିଜେଲର ଉପଲବ୍ଧତା ସଂପର୍କରେ ସମୀକ୍ଷା କଲେ ଅନୁ ଗର୍ଗ

March 11, 2026

ଆଜି ମାର୍ଚ୍ଚ ୧୧ ତାରିଖ ବୁଧବାର ଦିନ ଏହି ଆଠଟି ରାଶି ପାଇଁ ଦିନଟି ରହିଛି ଖୁସିମୟ

March 11, 2026

ବିଜେଡିରୁ ଇସ୍ତଫା ଦେଲେ ପୂର୍ବତନ ସାଂସଦ, ବିଜେପିରେ ଦେବେ ଯୋଗ!!

March 10, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.