ମର୍ମନ୍ତୁଦ ସଡକ ଦୁର୍ଘଟଣା : ଚାଳିଶ ଫୁଟ୍‌ ତଳକୁ ବସ ଖସି 5 ମୃତ, 35  ଆହତ

Published: Oct 21, 2020, 12:37 pm IST

ମହାରାଷ୍ଟ୍ର: ମହାରାଷ୍ଟ୍ରର ନନ୍ଦୁରବାରଠାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଠାରେ ଏକ ଯାତ୍ରୀବାହୀ ବସ୍‌  ବ୍ରିଜ ଉପରୁ ଚାଳିଶ ଫୁଟ୍ ତଳକୁ ବସ୍ ଖସି ପଡ଼ିବାରୁ ଘଟଣାସ୍ଥଳରେ 5 ଜଣଙ୍କର ମୃତ୍ୟୁ ହୋଇଛି । ଏହି ଦୁର୍ଘଟଣାରେ 35 ଜଣ ଆହତ ହୋଇଛନ୍ତି । ମହାରାଷ୍ଟ୍ରର ନନ୍ଦୁରବାର ଅନ୍ତର୍ଗତ ଖାମଚନ୍ଦର ଗାଁ ନିକଟରେ ବସଟି ଦୁର୍ଘଟଣାଗ୍ରସ୍ତ ହୋଇଛି । ଘଟଣାସ୍ଥଳରେ ବସ୍ ଡ୍ରାଇଭର, ହେଲପର ସମେତ ତିନି ଜଣ ଯାତ୍ରୀଙ୍କର ମୃତ୍ୟୁ ହୋଇଛି ।

ମିଳିଥିବା ସୂଚନା ଅନୁସାରେ ବସ୍‌ଟି ମଲକାପୁରରୁ ସୁରତ ଅଭିମୁଖେ ଯାଉଥିଲା । ବିସାରବାଡ଼ି ନିକଟରେ କୋଦଇବାରି ନିକଟରେ ବସଟି ଭାରସାମ୍ୟ ହରାଇ ଘାଇ ଭିତରେ ଖସି ପଡ଼ିଥିଲା । ବସ୍‌ଟରେ 40ରୁ ଉର୍ଦ୍ଧ୍ବ ଯାତ୍ରୀ ଥିବାର ସୂଚନା ରହିଛି । ଦୁର୍ଘଟଣାରେ 5ଜଣଙ୍କର ମୃତ୍ୟୁ ହୋଇଥିବାବେଳେ 35 ଜଣ ଯାତ୍ରୀ ଆହତ ହୋଇଛନ୍ତି । ଆହତଙ୍କ ମଧ୍ୟରେ କିଛି ଜଣ ଗୁରୁତର ରହିଛନ୍ତି । ସମସ୍ତଙ୍କୁ ନିକଟସ୍ଥ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଘଟଣାସ୍ଥଳରେ ସ୍ଥାନୀୟ ଅଗ୍ନିଶମ ବାହିନୀ ଓ ପୋଲିସ କର୍ମଚାରୀ ପହଞ୍ଚି ଉଦ୍ଧାର କାର୍ଯ୍ୟ କରିଥିଲେ । (ଏଜେନ୍ସି)

Related posts