ଆସନ୍ତା 24 ତାରିଖ ଯାଏଁ ରାଜ୍ୟରେ ବର୍ଷା : 2 ଜିଲ୍ଲାକୁ ଅରେଞ୍ଜ ଓ 8ଟି ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ

Published: Oct 21, 2020, 4:27 pm IST

ଭୁବନେଶ୍ବର : ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ହୋଇଥିବା ଲଘୁଚାପ ଓ୍ବେଲ୍‌ମାର୍କରେ ପରିଣତ ହୋଇଛି । ଆସନ୍ତାକାଲି ସକାଳ ବେଳକୁ ଏହା ଅବପାତରେ ପରିଣତ ହେବା ସମ୍ଭାବନା ରହିଛି । ପରବର୍ତ୍ତୀ 24 ଘଣ୍ଟାରେ ଏହା ଗଭୀର ଅବପାତରେ ପରିଣତ ହେବା ସମ୍ଭାବନା ରହିଛି । ଏହା ପ୍ରଭାବରେ ରାଜ୍ୟର ଦକ୍ଷିଣ ଓ ଉପକୂଳବର୍ତ୍ତୀ ଜିଲ୍ଲାରେ ବର୍ଷା ଲାଗି ରହିବ । ଆସନ୍ତା 24 ତାରିଖ ଯାଏଁ ରାଜ୍ୟରେ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ଗଞ୍ଜାମ ଓ ଗଜପତି ଜିଲ୍ଲାରେ ଅତି ପ୍ରବଳ ବର୍ଷା ହେବା ନେଇ ଅରେଞ୍ଜ ଓ୍ବାର୍ଣ୍ଣିଂ ଜାରି ହୋଇଛି । ସେହିପରି ପ୍ରବଳ ବର୍ଷା ନେଇ ଅନ୍ୟ 8ଟି ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ ଜାରି ହୋଇଛି । ଏହି ସବୁ ଜିଲ୍ଲାଗୁଡିକ ମଧ୍ୟରେ ରହିଛି – ପୁରୀ, ଜଗତସିଂହପୁର, କେନ୍ଦ୍ରାପଡା, ଭଦ୍ରକ, ବାଲେଶ୍ବର, ରାୟଗଡା, କୋରାପୁଟ ଓ ମାଲକାନଗିରି ଜିଲ୍ଲା ।

23 ଓ 24 ତାରିଖରେ ବାଲେଶ୍ୱର, ମୟୂରଭଞ୍ଜ, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା ଏବଂ ଜଗତସିଂହପୁର ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହଥିବାରୁ ଏହି ଜିଲ୍ଲାଗୁଡ଼ିକ ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି।

Related posts