Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»4 ଜିଲ୍ଲାକୁ ରେଡ୍‌ ଓ୍ବାର୍ଣ୍ଣିଂ ଜାରି କଲା ପାଣିପାଗ ବିଭାଗ
ଆଜିର ଖବର

4 ଜିଲ୍ଲାକୁ ରେଡ୍‌ ଓ୍ବାର୍ଣ୍ଣିଂ ଜାରି କଲା ପାଣିପାଗ ବିଭାଗ

October 22, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର : ବଙ୍ଗୋପସାଗରରେ ସକ୍ରିୟ ଅବପାତ ଆସନ୍ତା 24 ଘଣ୍ଟାରେ ଅଧିକ ଘନୀଭୂତ ହେବ । ଘନୀଭୂତ ହୋଇ ଆସନ୍ତା 24 ଘଣ୍ଟାରେ ଗଭୀର ଅବପାତ ରୂପ ନେବ । ଗଭୀର ଅବପାତରେ ପରିଣତ ହୋଇ ଉତ୍ତର –ଉତ୍ତରପୂର୍ବରେ ଗତି କରିବ। ସାଗର ଦ୍ବୀପପୁଞ୍ଜ ଓ ବାଂଲାଦେଶ ଖେପୁପଡା ମଧ୍ୟରେ ଏହା ସ୍ଥଳଭାଗ ଛୁଇଁବ । ସ୍ଥଳଭାଗ ଛୁଇଁବାବେଳେ ଉପକୂଳ ଓଡ଼ିଶାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ପାଣିପାଗ ବିଭାଗ ସୂଚନା ଦେଇଛି । ଏଥିପାଇଁ ଚାରୋଟି ଜିଲ୍ଲା ପାଇଁ ରେଡ୍‌ ଓ୍ବାର୍ଣ୍ଣିଂ ଜାରି କରିଛି ଭୁବନେଶ୍ବର ପାଣିପାଗ ବିଭାଗ ।

ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଯୋଗୁଁ ଚାରି ଜିଲ୍ଲାକୁ ରେଡ୍‌ ଓ୍ବାର୍ଣ୍ଣିଂ ଜାରି କରାଯାଇଛି । ଜଗତସିଂହପୁର, କେନ୍ଦ୍ରାପଡା, ଭଦ୍ରକ ଓ ବାଲେଶ୍ବର ଜିଲ୍ଲା ପାଇଁ ରେଡ୍‌ ଓ୍ବାର୍ଣ୍ଣିଂ ଜାରି କରିଛି ଭୁବନେଶ୍ବର ପାଣିପାଗ ବିଭାଗ । ଏହି ଚାରି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।  ଏହି ସମସ୍ତ ଜିଲ୍ଲାଗୁଡିକ ପାଇଁ ଆସନ୍ତକାଲି ସକାଳ 8.30 ଯାଏଁ ରେଡ୍‌ ଓ୍ବାର୍ଣ୍ଣିଂ ଜାରି କରାଯାଇଛି । ଏହି ସମୟ ମଧ୍ୟରେ ଘଣ୍ଟାକୁ 30ରୁ 40 କିମି ବେଗରେ ପବନ ବହିବାର ସମ୍ଭାବନା ରହିଛି । ସେହିପରି ତଳିଆ ଅଞ୍ଚଳରେ ପାଣି ଜମିବା ସହିତ କଚ୍ଚାଘର ପ୍ରତି ବିପଦ ରହିଥିବା ନେଇ ସତର୍କ ସୂଚନା ଜାରି କରାଯାଇଛି ।

ପାଣିପାଗ ବିଭାଗ
Share. Facebook Twitter LinkedIn Email WhatsApp Copy Link

Related Posts

୮ ରୁ ୧୧ ଯାଏଁ ଏସିଆର ସର୍ବବୃହତ ଟେଲିକମ୍ ଏବଂ ପ୍ରଯୁକ୍ତିବିଦ୍ୟା କାର୍ଯ୍ୟକ୍ରମ

October 7, 2025

ଆପଣଙ୍କ ଆକାଉଣ୍ଟରେ ଜମା ହେବ କି କିଷାନ ସମ୍ମାନ ନିଧିର 2000 ଟଙ୍କା?: ତୁରନ୍ତ କରନ୍ତୁ ଯାଞ୍ଚ

October 7, 2025

ଆଇନଜୀବୀ ପୀତବାସ ପଣ୍ଡା ଙ୍କ ଜଘନ୍ୟ ହତ୍ୟା ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଦୁଃଖ ପ୍ରକାଶ

October 7, 2025

ବ୍ରହ୍ମପୁରରେ ବିଜେପି ନେତାଙ୍କୁ ଗୁଳି ମାଡ଼: ବଡ ମେଡିକାଲରେ ମୃତ ଘୋଷଣା କଲେ ଡାକ୍ତର

October 7, 2025
Latest News

NDAକୁ ଝଟକା ଦେବେ କି ଚିରାଗ ପାସୱାନ? ପ୍ରଶାନ୍ତ କିଶୋରଙ୍କ ସହ ମେଣ୍ଟ ନେଇ ଜୋର ଧରିଲା ଚର୍ଚ୍ଚା

October 7, 2025

୮ ରୁ ୧୧ ଯାଏଁ ଏସିଆର ସର୍ବବୃହତ ଟେଲିକମ୍ ଏବଂ ପ୍ରଯୁକ୍ତିବିଦ୍ୟା କାର୍ଯ୍ୟକ୍ରମ

October 7, 2025

ଶସ୍ତା ହେବାକୁ ଯାଉଛି ଇଲେକ୍ଟ୍ରିକ୍ କାର!: ନୀତିନ ଗଡକରୀ କଲେ ଘୋଷଣା, ଜାଣନ୍ତୁ କେବେ ମିଳିବ ଲାଭ?

October 7, 2025

ଆପଣଙ୍କ ଆକାଉଣ୍ଟରେ ଜମା ହେବ କି କିଷାନ ସମ୍ମାନ ନିଧିର 2000 ଟଙ୍କା?: ତୁରନ୍ତ କରନ୍ତୁ ଯାଞ୍ଚ

October 7, 2025

ଆଇନଜୀବୀ ପୀତବାସ ପଣ୍ଡା ଙ୍କ ଜଘନ୍ୟ ହତ୍ୟା ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଦୁଃଖ ପ୍ରକାଶ

October 7, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.