
ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରୁ ଆଜି 182 ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ନୂତନ 182 ଆକ୍ରାନ୍ତଙ୍କ ମଧ୍ୟରୁ 44 ଜଣ କ୍ବାରେଣ୍ଟାଇନ୍ରୁ ଚିହ୍ନଟ ହୋଇଥିବାବେଳେ ଲୋକାଲ କଣ୍ଟାକ୍ଟ କେସ 138ଜଣ ରହିଛନ୍ତି ବୋଲି ବିଏମସି ଟୁଇଟ୍ ଯୋଗେ ସୂଚନା ଦେଇଛି ।
Update on newly detected #COVID19 cases in the last
24 hrs under the BMC area on 24th Oct(till 9am) pic.twitter.com/TL0t2qbtR1— BMC (@bmcbbsr) October 24, 2020
ସେହିପରି ଆଜି ରାଜଧାନୀରୁ 276 ଜଣ ସୁସ୍ଥ ହୋଇଛନ୍ତି । ନୂତନ ଚିହ୍ନଟ 182 କରୋନା ଆକ୍ରାନ୍ତଙ୍କୁ ମିଶାଇ ରାଜଧାନୀ ଭୁବନେଶ୍ବରରେ ମୋଟ୍ ସଂକ୍ରମିଙ୍କ ସଂଖ୍ୟା 28 ହଜାର 481ରେ ପହଞ୍ଚିଥିବାବେଳେ ସୁସ୍ଥ ହୋଇଛନ୍ତି 25 ହଜାର 895ଜଣ । ସେହିପରି 150ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ଏବେ ସୁଦ୍ଧା 2ହଜାର415ଜଣ ସକ୍ରିୟ ସଂକ୍ରମିତ ରହିଛନ୍ତି ।