
ନୂଆଦିଲ୍ଲୀ: କେନ୍ଦ୍ର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟର ସୂଚନା ଅନୁସାରେ ଗତ ୨୪ ଘଣ୍ଟାରେ ମଧ୍ୟରେ ୪୫ ହଜାର ୧୪୯ ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ୪୮୦ ଜଣଙ୍କର ମୃତ୍ୟୁ ହୋଇଛି। ନୂତନ ମୃତକଙ୍କୁ ମିଶାଇ ଦେଶରେ ମୋଟ କରୋନାଜନିତ ମୃତ୍ୟୁସଂଖ୍ୟା ୧ ଲକ୍ଷ ୧୯ ହଜାର ୧୪ କୁ ବୃଦ୍ଧି ହୋଇଥିବାବେଳେ ମୋଟ୍ ଆକ୍ରାନ୍ତ ସଂଖ୍ୟା ୭୯ ଲକ୍ଷ ୯ ହଜାର ୯୬୦କୁ ବୃଦ୍ଧି ହୋଇଛି। ସେହିପରି ଦେଶରେ ଏବେ ସୁଦ୍ଧା ମୋଟ ଆକ୍ଟିଭ୍ କେସ୍ ୬ ଲକ୍ଷ ୫୩ ହଜାର ୭୧୭ ରହିଥିବାବେଳେ ସୁସ୍ଥ ହୋଇଛନ୍ତି ୭୧ ଲକ୍ଷ ୩୭ ହଜାର ୨୨୮ଜଣ।