ଆଜି ରାଜ୍ୟରେ ଆଉ ୧୪ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

Published: Oct 26, 2020, 11:44 am IST

ଭୁବନେଶ୍ବର: ଆଜି ରାଜ୍ୟରେ ୧୪ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୨୫୯କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି। ୧୪ ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରରୁ ୩ ଜଣ, କେନ୍ଦୁଝର, ମୟୁରଭଞ୍ଜ, ନୂଆପଡା, ସୁନ୍ଦରଗଡ ଜିଲ୍ଲାରୁ ୨ ଜଣ ଲେଖାଏଁ, ବରଗଡ, ଗଞ୍ଜାମ ଏବଂ ସମ୍ବଲପୁର ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୨ଲକ୍ଷ ୮୨ ହଜାର ୬୯୫ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ ୧୭ ହଜାର ୨୮୧ ଜଣ ଆକ୍ରାନ୍ତ ଚିକିତ୍ସାଧୀନ ଥିବାବେଳେ ୨ ଲକ୍ଷ ୬୪ ହଜାର୧୦୨ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ୧୨୫୯ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି।

Related posts