ଆଜି ରାଜଧାନୀ ଭୁବନେଶ୍ବରରୁ 88 ଜଣ ଆକ୍ରାନ୍ତ ଚିହ୍ନଟ, ସୁସ୍ଥ ହେଲେ 230

Published: Oct 27, 2020, 5:36 pm IST

ଭୁବନେଶ୍ବର : ଆଜି ରାଜଧାନୀ ଭୁବନେଶ୍ବରରୁ 88 ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ନୂତନ 88 କରୋନା ଆକ୍ରାନ୍ତଙ୍କ ମଧ୍ୟରେ 17 ଜଣ କ୍ବାରେଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ 71 ଜଣ ଲୋକାଲ କଣ୍ଟାକ୍ଟ କେସ୍‌ ବୋଲି ବିଏମ୍‌ସି ଟୁଇଟ୍‌ ଯୋଗେ ସୂଚନା ଦେଇଛି।

ସେହିପରି ଆଜି 230 ଜଣ ସୁସ୍ଥ ହୋଇଛନ୍ତି । ନୂତନ 88 ଆକ୍ରାନ୍ତଙ୍କୁ ମିଶାଇ ରାଜଧାନୀ ଭୁବନେଶ୍ବରରେ ମୋଟ ସଂକ୍ରମିତଙ୍କ ସଂଖ୍ୟା 28 ହଜାର 782ରେ ପହଞ୍ଚିଛି । ସେହିପରି ଏବେ ସୁଦ୍ଧା 26 ହଜାର 607ଜଣ ସୁସ୍ଥ ହୋଇଥିବାବେଳେ 158ଜଣଙ୍କର ମୃତ୍ୟୁ ହୋଇଛି । ଭୁବନେଶ୍ବର ମହାନଗରରେ ଏବେବି 1 ହଜାର 996ଜଣ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ।

Related posts