Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଦୁର୍ନୀତି ନିବାରଣ ସପ୍ତାହ ପାଳନ ଅବସରରେ ଜିଲ୍ଲାସ୍ତରୀୟ ଶପଥପାଠ
ଆଜିର ଖବର

ଦୁର୍ନୀତି ନିବାରଣ ସପ୍ତାହ ପାଳନ ଅବସରରେ ଜିଲ୍ଲାସ୍ତରୀୟ ଶପଥପାଠ

October 27, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ହେମାଙ୍ଗ ପ୍ରସାଦ ରାଉଳ
ବ୍ରହ୍ମପୁର: ଗଂଜାମ ଜିଲ୍ଲାସ୍ତରୀୟ ଦୁର୍ନୀତି ନିବାରଣ ସଚେତନତା ସପ୍ତାହ ଚଳିତ ମାସ ୨୭ ତାରିଖଠାରୁ ନଭେମ୍ବର ୨ ତାରିଖ ପର୍ଯ୍ୟନ୍ତ ପାଳିତ ହେବ। ଚଳିତବର୍ଷର ବିଷୟବସ୍ତୁ ସତର୍କ ଭାରତ, ସମୃଦ୍ଧ ଭାରତ ରଖାଯାଇଛି। ଏହି ଅବସରରେ ଆଜି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ଅତିରିକ୍ତ ଜିଲ୍ଲାପାଳ କବିନ୍ଦ୍ର କୁମାର ସାହୁଙ୍କ ପୌରୋହିତ୍ୟରେ ଜିଲ୍ଲାସ୍ତରୀୟ ଅଧିକାରୀ ଏବଂ କର୍ମଚାରୀମାନଙ୍କୁ ଶପଥପାଠ କରାଇ ଦୁର୍ନୀତି ନିବାରଣ ଦିଗରେ ସରକାରଙ୍କ ଦ୍ୱାରା କରାଯାଉଥିବା ସମସ୍ତ ବ୍ୟବସ୍ଥାକୁ କଡ଼ାକଡ଼ି ପାଳନ କରିବା ଉପରେ ଗୁରୁତ୍ୱ ଦେଇଥିଲେ।

ଦେଶ ପ୍ରଗତି ପଥରେ ଦୁର୍ନୀତି ବାଧକ ସାଜୁଛି। ଏଣୁ ଦୁର୍ନୀତି ସଂପୂର୍ଣ୍ଣ ହଟିଲେ ଦେଶ ପ୍ରଗତି ଦିଗରେ ଅଗ୍ରସର ହେବ। ଏ ଦିଗରେ ସମସ୍ତ ନାଗରିକ ସଚେତନ ହେବା ଜରୁରୀ। ଦୁର୍ନୀତି ନିବାରଣ ସଚେତନତା ସପ୍ତାହ ପାଳନ ଅବସରରେ ଚଳିତ ବର୍ଷର ସତର୍କ ଭାରତ, ସମୃଦ୍ଧ ଭାରତ ବିଷୟବସ୍ତୁକୁ ନେଇ ଏକ ବକ୍ତୃତା ପ୍ରତିଯୋଗିତା ଅନୁଷ୍ଠିତ ହେବ।

ଏଥିରେ ସମସ୍ତ କର୍ମଚାରୀ ଏବଂ କର୍ମଚାରୀଙ୍କ ପରିବାରବର୍ଗଙ୍କ ସଦସ୍ୟଗଣ ଅଂଶଗ୍ରହଣ କରିପାରିବେ। କୋଭିଡ଼୍ କଟକଣା ଯୋଗୁଁ ଚଳିତବର୍ଷର ଏହି ପ୍ରତିଯୋଗିତାଟି ହ୍ୱାଟସ ଆପ୍‌ରେ ଅନୁଷ୍ଠିତ ହେବ। ପ୍ରତିଯୋଗୀ ଓଡ଼ିଆ କିମ୍ବା ଇଂରାଜୀ ଭାଷାରେ ଯେକୌଣସି ଗୋଟିଏ ଭାଷାରେ ବକ୍ତୃତା ପ୍ରେରଣ କରିପାରିବେ। ବକ୍ତୃତା ପ୍ରତିଯୋଗିତାରେ ଅଂଶଗ୍ରହଣ କରିବା ସକାଶେ ୩ ମିନିଟ୍ ସମୟସୀମା ମଧ୍ୟରେ ଏକ ଭିଡ଼ିଓ ରେକଡ଼ିଂ କରି ହ୍ୱାଟସ୍ ଅପ୍ ନଂ ୯୮୬୧୦୧୪୮୩୫କୁ ଚଳିତ ମାସ ୩୦ ତାରିଖ ଦିନ ଦିବା ୧୦ ଘଣ୍ଟାରୁ ୧୧ ଘଣ୍ଟା ମଧ୍ୟରେ ପ୍ରତିଯୋଗୀ ସେମାନଙ୍କ ହ୍ୱାଟସ୍ ଅପ୍ ନମ୍ବରରୁ ପ୍ରେରଣ କରିବେ। ସବିଶେଷ ତଥ୍ୟ ନିମନ୍ତେ ଜିଲ୍ଲା ସୂଚନା ଓ ଲୋକସଂପର୍କ କାର୍ଯ୍ୟାଳୟରୁ ଅବଗତ ହୋଇପାରିବେ।

ଗଂଜାମ ଜିଲ୍ଲା ଦୁର୍ନୀତି ନିବାରଣ ଶପଥପାଠ ସଚେତନତା ସପ୍ତାହ
Share. Facebook Twitter LinkedIn Email WhatsApp Copy Link

Related Posts

ଭାରତକୁ ଆସୁଥିବା ଶିବାଲିକ୍ ଏବଂ ନନ୍ଦା ଦେବୀ ଜାହାଜରେ କେତେ ଦିନର ଏଲପିଜି ଅଛି?: ଜାଣନ୍ତୁ….

March 16, 2026

ବାଂଲାଦେଶ ଠାରୁ ହାରିବା ପରେ ପାକିସ୍ତାନ ଉପରେ ଉଠିଲା ପ୍ରଶ୍ନ: ମୋହସିନ୍ ନକଭିଙ୍କୁ କଟାକ୍ଷ

March 16, 2026

ଏସସିବି ଅଗ୍ନିକାଣ୍ଡ ମାମଲା: ମୃତକଙ୍କ ପରିବାରକୁ ଅନୁକମ୍ପା ରାଶି ଘୋଷଣା କଲେ ପ୍ରଧାନମନ୍ତ୍ରୀ

March 16, 2026

“ଉପାସନା ମହାପାତ୍ରଙ୍କ ଭୋଟ ଆଚରଣ ବିଧି ଉଲ୍ଲଂଘନ କରେ’: ଅଭିଯୋଗ କଲେ ନବୀନ ପଟ୍ଟନାୟକ

March 16, 2026
Latest News

ଭାରତକୁ ଆସୁଥିବା ଶିବାଲିକ୍ ଏବଂ ନନ୍ଦା ଦେବୀ ଜାହାଜରେ କେତେ ଦିନର ଏଲପିଜି ଅଛି?: ଜାଣନ୍ତୁ….

March 16, 2026

ବାଂଲାଦେଶ ଠାରୁ ହାରିବା ପରେ ପାକିସ୍ତାନ ଉପରେ ଉଠିଲା ପ୍ରଶ୍ନ: ମୋହସିନ୍ ନକଭିଙ୍କୁ କଟାକ୍ଷ

March 16, 2026

ଏସସିବି ଅଗ୍ନିକାଣ୍ଡ ମାମଲା: ମୃତକଙ୍କ ପରିବାରକୁ ଅନୁକମ୍ପା ରାଶି ଘୋଷଣା କଲେ ପ୍ରଧାନମନ୍ତ୍ରୀ

March 16, 2026

“ଉପାସନା ମହାପାତ୍ରଙ୍କ ଭୋଟ ଆଚରଣ ବିଧି ଉଲ୍ଲଂଘନ କରେ’: ଅଭିଯୋଗ କଲେ ନବୀନ ପଟ୍ଟନାୟକ

March 16, 2026

ରାଜ୍ୟସଭା ନିର୍ବାଚନ: ଉପାସନା ମହାପାତ୍ରଙ୍କ ଭୋଟକୁ ବିରୋଧ କଲେ ବିରୋଧୀ

March 16, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.