Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କାଶ୍ମୀରରେ ବିଜେପି କର୍ମୀଙ୍କୁ ହତ୍ୟା ଘଟଣାକୁ ତୀବ୍ର ନିନ୍ଦା କଲେ ପ୍ରଧାନମନ୍ତ୍ରୀ
ଆଜିର ଖବର

କାଶ୍ମୀରରେ ବିଜେପି କର୍ମୀଙ୍କୁ ହତ୍ୟା ଘଟଣାକୁ ତୀବ୍ର ନିନ୍ଦା କଲେ ପ୍ରଧାନମନ୍ତ୍ରୀ

October 30, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link
ବିପର୍ଯ୍ୟୟ ପରିଚାଳନା ପାଇଁ ଏକ କେନ୍ଦ୍ର ସ୍ଥାପନ କରିବାକୁ ଗୌହାଟୀ ଆଇଆଇଟିକୁ ପ୍ରଧାନମନ୍ତ୍ରୀଙ୍କ ପ୍ରସ୍ତାବ

ଶ୍ରୀନଗର:  କାଶ୍ମୀରରେ ବିଜେପି କର୍ମୀଙ୍କୁ ହତ୍ୟା ଘଟଣାକୁ ତୀବ୍ର ନିନ୍ଦା କରିଛନ୍ତି ପ୍ରଧାନମନ୍ତ୍ରୀ ମୋଦି  ।  ଏହି କଠିନ ସମୟରେ ମୃତକଙ୍କ ପରିବାର ସହ ସେ ଛିଡ଼ା ହୋଇଥିବା ଟ୍ୱିଟ୍ କରି କହିଛନ୍ତିମୋଦି ।

ବିଜେପି କର୍ମୀଙ୍କ ହତ୍ୟା ମାମଲାକୁ ନେଇ ତେଜୁଛି ରାଜନୀତି। ଆଜି ଶ୍ରୀନଗର, ଜମ୍ମୁ ସମେତ ଅନ୍ୟ ଅଞ୍ଚଳରେ ବିଜେପି ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ଆତଙ୍କବାଦୀ ମାନେ କିଭଳି ଏହି ବର୍ବରକାଣ୍ଡ ଭିଆଇଲେ ତାକୁ ନେଇ ଅସନ୍ତୋଷ ପ୍ରକାଶ ପାଇଛି । ଏହାସହ ଜମ୍ମୁକଶ୍ମୀର ପୋଲିସ୍ ସୁରକ୍ଷା ବ୍ୟବସ୍ଥାକୁ ନେଇ ବି ପ୍ରଶ୍ନ ଉଠାଇଛନ୍ତି।

ଦକ୍ଷିଣ କାଶ୍ମୀରର କୁଲଗ୍ରାମ ଜିଲ୍ଲାରେ ଆତଙ୍କବାଦୀମାନେ ଗତକାଲି ରାତିରେ ତିନି ବିଜେପି ନେତାଙ୍କୁ ଗୁଳି କରି ହତ୍ୟା କରିଛନ୍ତି।  ଆତଙ୍କବାଦୀ ସଂଗଠନ ‘ରେଜିଷ୍ଟାନ୍ସ ଫ୍ରଣ୍ଟ‘ (ଆରଏଫ) ଏହି ଆକ୍ରମଣ ଘଟାଇଛି ବୋଲି ଜମ୍ମୁ କାଶ୍ମୀର ପୁଲିସର ଜଣେ ବରିଷ୍ଠ ଅଧିକାରୀ ସୂଚନା ଦେଇଛନ୍ତି । ଆତଙ୍କବାଦୀଙ୍କ ଗୁଳିରେ ପ୍ରାଣ ହରାଇଥିବା ତିନି ବିଜେପି ନେତା ହେଉଛନ୍ତି ଫିଦା ହୁସେନ ୟାତୁ, ଉମର ରସିଦ ବେଗ ଏବଂ ଉମର ରମଜାନ ହାଜାମ । ଫିଦା ହୁସେନ କୁଲଗାମ ଜିଲ୍ଲା ବିଜେପି ଯୁବ ମୋର୍ଚ୍ଚା ସାଧାରଣ ସମ୍ପାଦକ ଥିଲା ବେଳେ ଉମର ରସିଦ ବେଗ ଜିଲ୍ଲା ଯୁବ ବିଜେପି କାର୍ଯ୍ୟକାରୀ କମିଟି ସଦସ୍ୟ ଏବଂ ଉମର ରମଜାନ ହାଜମ ଜିଲ୍ଲା ବିଜେପି ସାଧାରଣ ସମ୍ପାଦକ ଥିଲେ । (ଏଜେନ୍ସି)

ଆତଙ୍କବାଦୀ
Share. Facebook Twitter LinkedIn Email WhatsApp Copy Link

Related Posts

ସାଇବର ଠକଙ୍କ ପାଇଁ ଆସିଗଲା CBI ABHAY, ଜାଣନ୍ତୁ ଏହାର ବୈଶିଷ୍ଟ୍ୟ 

May 16, 2026

ମହଙ୍ଗା ମାଡ଼ : ସାଧାରଣ ଲୋକଙ୍କ ପକେଟ ଉପରେ ବଢ଼ିବ ବୋଝ !

May 16, 2026

ବଟି ଆଦାୟକୁ ନେଇ ଫାୟାରିଂ

May 15, 2026

ସମ୍ବଲପୁର–ମାନେଶ୍ୱର ସେକ୍ସନରେ ସୁରକ୍ଷା ସମ୍ବନ୍ଧୀୟ ଆଧୁନିକୀକରଣ କାର୍ଯ୍ୟ ହେତୁ ପୁରୀ–ରାଉରକେଲା ଏକ୍ସପ୍ରେସ୍ ବାତିଲ 

May 15, 2026
Latest News

ସାଇବର ଠକଙ୍କ ପାଇଁ ଆସିଗଲା CBI ABHAY, ଜାଣନ୍ତୁ ଏହାର ବୈଶିଷ୍ଟ୍ୟ 

May 16, 2026

ଆଜି ୧୬ ତାରିଖ ଶନିବାରରେ ଏହି ତିନୋଟି ରାଶିର ବ୍ୟକ୍ତି ହେବେ ମାଲେମାଲ

May 16, 2026

ମହଙ୍ଗା ମାଡ଼ : ସାଧାରଣ ଲୋକଙ୍କ ପକେଟ ଉପରେ ବଢ଼ିବ ବୋଝ !

May 16, 2026

ବଟି ଆଦାୟକୁ ନେଇ ଫାୟାରିଂ

May 15, 2026

New Odia Film Policy: ଶୀଘ୍ର ପ୍ରଣୟନ ହେବ ସ୍ୱତନ୍ତ୍ର ଓଡିଆ ଚଳଚ୍ଚିତ୍ର ନୀତି, ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା

May 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.