ଆଜି ରାଜଧାନୀ ଭୁବନେଶ୍ବରରୁ ୮୭ ଜଣ ଆକ୍ରାନ୍ତ ଚିହ୍ନଟ: ସୁସ୍ଥ ହେଲେ ୨୩୭ ଜଣ

Published: Oct 30, 2020, 6:45 pm IST

ଭୁବନେଶ୍ବର: ଆଜି ରାଜଧାନୀ ଭୁବନେଶ୍ବରରୁ ୮୭ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ନୂତନ ୮୭ କରୋନା ଆକ୍ରାନ୍ତଙ୍କ ମଧ୍ୟରେ ୧୯ ଜଣ କ୍ବାରେଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୬୮ ଜଣ ଲୋକାଲ କଣ୍ଟାକ୍ଟ କେସ୍‌ ବୋଲି ବିଏମ୍‌ସି ଟୁଇଟ୍‌ ଯୋଗେ ସୂଚନା ଦେଇଛି।

ସେହିପରି ଆଜି ୨୩୭ ଜଣ ସୁସ୍ଥ ହୋଇଛନ୍ତି। ନୂତନ ୮୭ ଆକ୍ରାନ୍ତଙ୍କୁ ମିଶାଇ ରାଜଧାନୀ ଭୁବନେଶ୍ବରରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୨୯ ହଜାର ୭୨ ରେ ପହଞ୍ଚିଛି। ସେହିପରି ଏବେ ସୁଦ୍ଧା ୨୭ ହଜାର ୩୧୭ ଜଣ ସୁସ୍ଥ ହୋଇଥିବାବେଳେ ୧୬୪ ଜଣଙ୍କର ମୃତ୍ୟୁ ହୋଇଛି। ଭୁବନେଶ୍ବର ମହାନଗରରେ ଏବେବି ୧ ହଜାର ୫୭୦ ଜଣ ସକ୍ରିୟ ଆକ୍ରାନ୍ତ ରହିଛନ୍ତି।

Related posts