ଭୁବନେଶ୍ବର : ସମସ୍ତ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ନଭେମ୍ବର 16 ତାରିଖରେ ରାଜ୍ୟରେ ସ୍କୁଲ ଖୋଲିବା ନେଇ ରାଜ୍ୟ ସରକାର ଘୋଷଣା କରିଛନ୍ତି । ତେବେ କେବଳ ନବମରୁ ଦ୍ବାଦଶ ଶ୍ରେଣୀ ପର୍ଯ୍ୟନ୍ତ ସ୍କୁଲ ଖୋଲିବାକୁ ନିଷ୍ପତ୍ତି ନିଆଯାଇଛି । ତେବେ କରୋନା ଗାଇଡଲାଇନ୍ ଅନୁସାରେ ସ୍କୁଲ ଖୋଲାଯିବ । ସ୍କୁଲ ଖୋଲିବା ନେଇ ଏସ୍ଓପି ଜାରି ହେବ । ପୂଜା ପର୍ଯ୍ୟନ୍ତ ସ୍କୁଲ ବନ୍ଦ ରହିବା ନେଇ ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ । କରୋନାକୁ ଦୃଷ୍ଟିରେ ରଖି ମାର୍ଚ୍ଚ 14 ତାରିଖରୁ ରାଜ୍ୟରେ ସ୍କୁଲ ବନ୍ଦ ରହିଛି । ଶିକ୍ଷାନୁଷ୍ଠାନ ଖୋଲିବା ନିଷ୍ପତ୍ତି ରାଜ୍ୟ ସରକାର ନେଇପାରିବେ ବୋଲି କେନ୍ଦ୍ର ଗୃହ ମନ୍ତ୍ରଣାଳୟ ପକ୍ଷରୁ କୁହାଯିବା ପରେ କେତେକ ରାଜ୍ୟ ନଭେମ୍ବରରେ ସ୍କୁଲ ଖୋଲିବାକୁ ଘୋଷଣା କରିଛନ୍ତି । କିଛି କିଛି ରାଜ୍ୟରେ ମଧ୍ୟ ସ୍କୁଲ ଖୋଲାଯାଇଛି ।