ଭୁବନେଶ୍ବର : ରାଜ୍ୟରେ ଆଉ 11କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଆଜି ସୁନ୍ଦରଗଡ ଜିଲ୍ଲାରୁ ସର୍ବାଧିକ 3 ଜଣ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଥିବାବେଳେ ଅନୁଗୁଳ, କଟକ, ଦେବଗଡ, କେନ୍ଦ୍ରାପଡା, କେନ୍ଦୁଝର, ଖୋର୍ଦ୍ଧା, ମାଲକାନଗିରି, ନୂଆପଡାରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର ବିଭାଗ ସୂଚନା ଦେଇଛି। ଆଜିର ମୃତକଙ୍କୁ ମିଶାଇ ରାଜ୍ୟରେ ମୋଟ୍ ମୃତକଙ୍କ ସଂଖ୍ୟା 1331କୁ ବୃଦ୍ଧି ହୋଇଛି ।