ଗତ ୨୪ ଘଣ୍ଟାରେ ୪୫ ହଜାର ୨୩୦ କରୋନା ଆକ୍ରାନ୍ତ ଚିହ୍ନଟ: ୪୯୬ ମୃତ୍ୟୁ

Published: Nov 2, 2020, 10:12 am IST

ନୂଆଦିଲ୍ଲୀ: ଭାରତରେ କରୋନା ଗ୍ରାଫ୍‌ ତଳମୁହାଁ ହୋଇଛି। କରୋନା ଆକ୍ରାନ୍ତ ଓ ମୃତ୍ୟୁ ସଂଖ୍ୟାରେ ସାମାନ୍ୟ ଆଶ୍ବସ୍ତି ମିଳିଛି। ଗତ ୨୪ ଘଣ୍ଟାରେ ୪୫ ହଜାର ୨୩୦ କରୋନା ପଜିଟିଭ୍‌ ଚିହ୍ନଟ ହୋଇଥିବାବେଳେ ୪୯୬ ଜଣଙ୍କର ମୃତ୍ୟୁ ହୋଇଛି। ଭାରତରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୮୨ ଲକ୍ଷ ୨୯ ହଜାର ୩୧୩ରେ ପହଞ୍ଚିଥିବାବେଳେ ମୋଟ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ହଜାର ୨୨ ହଜାର ୬୦୭କୁ ବୃଦ୍ଧି ପାଇଛି। ଦେଶରେ ଏବେ ୫ ଲକ୍ଷ ୬୧ ହଜାର ୯୦୮ ଜଣ ସକ୍ରିୟ ରୋଗୀ ଥିବାବେଳେ ୭୫ ଲକ୍ଷ ୪୪ ହଜାର ୭୯୮ ଜଣ ସୁସ୍ଥ ହୋଇଛନ୍ତି।

Related posts