Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବାଣପୁର ବ୍ଲକ ଘେରାଉ କଲେ ସ୍ବୟଂସହାୟିକା ଗୋଷ୍ଠୀର ଶତାଧିକ ମହିଳା
ଆଜିର ଖବର

ବାଣପୁର ବ୍ଲକ ଘେରାଉ କଲେ ସ୍ବୟଂସହାୟିକା ଗୋଷ୍ଠୀର ଶତାଧିକ ମହିଳା

November 2, 2020No Comments2 Mins Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରଓ୍ବାଲ

ବାଣପୁର: ଖୋର୍ଦ୍ଧା ଜିଲ୍ଲା ବାଣପୁର ବ୍ଲକ ଦେଓଗାଁ ପଞ୍ଚାୟତର ୭୬ଟି ମହିଳା ଏସ୍‌ଏଚ୍‌ଜି ଗ୍ରୁପର ପ୍ରାୟ ଶତାଧିକ ମହିଳା ସଦସ୍ୟା ବାଣପୁର ବ୍ଲକକୁ ଘେରାଉ କରିବା ସହ ଧାରଣାରେ ବସିଛନ୍ତି। ଧାରଣରତ ମହିଳାମାନେ ମହିଳା ମହାସଂଘର ଏମ୍‌ବିକେ, ସିଆରପି, ମହାସଂଘ ସଭାପତି ଓ ସମ୍ପାଦିକାଙ୍କ ବିରୋଧରେ ଅଭିଯୋଗ ଆଣିବା ସହିତ ସେମାନଙ୍କର ବହିଷ୍କାର ଦାବି କରିଛନ୍ତି।

ଅଭିଯୋଗ ଅନୁଯାୟୀ ମହିଳା ମହାସଂଘକୁ ଆସୁଥିବା ସରକାରୀ ଅନୁଦାନ ତଥା ଏହି ମହାସଂଘର ଆୟବ୍ୟୟର ହିସାବକୁ ଏହି ମହାସଂଘର ଏମ୍‌ବିକେ କଲ୍ୟାଣୀ ପରିଡା, ସାତ ଜଣ ସିଆରପି, ମହାସଂଘ ସଭାପତି ଗୀତାଞ୍ଜଳି ପରିଡା ଓ ସମ୍ପାଦିକା ଲିଲି ସାମନ୍ତରାୟ ମହିଳା ସଭ୍ୟ ତଥା ଇସି ମେମ୍ବରମାନଙ୍କୁ ଜଣାଉନାହାନ୍ତି। ଏ ସମ୍ପର୍କରେ ମହିଳାମାନେ ସମ୍ପାଦିକାଙ୍କୁ ଅଭିଯୋଗ କଲେ ସେ ସେମାନଙ୍କୁ ଦୁର୍ବ୍ୟବହାର ଦେଖାଇବା ସହ ଗାଳି ଗୁଲଜ କରୁଛନ୍ତି।

ଅପରପକ୍ଷରେ ଏମ୍‌ବିକେ ଏବଂ ସିଆରପିମାନେ ଅନୁରୂପ ଭାବେ ମହିଳାମାନଙ୍କୁ ଦୁର୍ବ୍ୟବହାର କରିବା ସହ କୌଣସି କାର୍ଯ୍ୟରେ ସହଯୋଗ କରୁନାହାନ୍ତି କି ଆୟବ୍ୟୟର ସୂଚନା ଦେଉନାହାନ୍ତି। ଏ ସମ୍ପର୍କରେ ଅକ୍ଟୋବର ୬ ତାରିଖରେ ଓଡଗାଁର ଏକ ମନ୍ଦିରଠାରେ ମହିଳାମାନେ ଏହି ସମସ୍ୟାର ସମାଧାନ ପାଇଁ ଏକ ବୈଠକ ଡାକିଥିଲେ। ଯେଉଁଥିରେ ସିଆରପିମାନେ ଏମ୍‌ବିକେ ଯୋଗଦେଇନଥିବା ସ୍ଥଳେ ମହାସଂଘର ସମ୍ପାଦିକା ଲିଲି ସାମନ୍ତରାୟ ସେମାନଙ୍କୁ ଦୁର୍ବ୍ୟବହାର କରି ବୈଠକରୁ ଉଠି ପଳାଇଥିଲେ।

ଏହାପରେ ଗତ ଅକ୍ଟୋବର ୧୯ ତାରିଖରେ ସମସ୍ତ ମହିଳାମାନେ ବାଣପୁର ବିଡିଓଙ୍କ ଦ୍ବାରସ୍ଥ ହୋଇ ଏହି ସମସ୍ୟାର ସମାଧାନ ପାଇଁ ଦାବିପତ୍ର ଦେଇଥିଲେ। କିନ୍ତୁ ନଭେମ୍ବର ୨ ତାରିଖ ସୁଦ୍ଧା ବାଣପୁର ବ୍ଲକର ଓଏଲଏମ ବିଭାଗ କିମ୍ବା ବିଡିଓଙ୍କ ଦ୍ବାରା ପ୍ରତିଶୃତି ମୁତାବକ କୌଣସି ସମସ୍ୟାର ସମାଧାନ ନ କରାଯିବାରୁ ଆଜି ନ୍ୟାୟ ଦାବିରେ ଶତାଧିକ ମହିଳାମାନେ ବ୍ଲକ ଘେରାଉ କରି ଧାରଣାରେ ବସିଛନ୍ତି।

ଖବର ଲେଖା ହେବା ପର୍ଯ୍ୟନ୍ତ ଦିନ ୧୧ଟା ପର୍ଯ୍ୟନ୍ତ କାର୍ଯ୍ୟାଳୟକୁ ବିଡିଓ ଆସିନଥିବାବେଳେ ବିଭାଗୀୟ ଅଧିକାରୀମାନେ ମଧ୍ୟ ଉପସ୍ଥିତ ନାହାନ୍ତି। ଘଟଣାସ୍ଥଳରେ ଉତ୍ତେଜନା ପ୍ରକାଶ ପାଇବା ଆଶଙ୍କାରେ ବାଣପୁର ପୋଲିସ୍‌ ଉପସ୍ଥିତ ରହିଛନ୍ତି। ବାଣପୁର ଆଇଆଇସି ସଞ୍ଜୟ ପଟ୍ଟନାୟକଙ୍କ ସହିତ ଗୋଟିଏ ପ୍ଲାଟୁନ୍‌ ପୋଲିସ୍‌ ଘଟଣାସ୍ଥଳରେ ପହଞ୍ଚିଛନ୍ତି।

ଧାରଣା ବାଣପୁର ବ୍ଲକ ବ୍ଲକ ଘେରାଉ ଶତାଧିକ ମହିଳା
Share. Facebook Twitter LinkedIn Email WhatsApp Copy Link

Related Posts

ବ୍ରହ୍ମପୁର ପୌର ନିଗମର ଷ୍ଟାଣ୍ଡିଂ କମିଟି ବୈଠକ

April 3, 2026

ବିବାହ ପ୍ରତିଶ୍ରୁତି ଦେଇ ମହିଳାଙ୍କୁ ପ୍ରତାରଣା: ଅଭିଯୁକ୍ତ ଯୁବକଙ୍କୁ ଗିରଫ କଲା ପୋଲିସ

April 3, 2026

୨୦୨୬ ଆଇପିଏଲ: ପ୍ରଥମ ବିଜୟ ପରେ କେଉଁ ସ୍ଥାନରେ ରହିଲା SRH, ଜାଣନ୍ତୁ ପଏଣ୍ଟ ଟେବୁଲ

April 3, 2026

ଦଣ୍ଡ ନାଚରେ ଅଶ୍ଳୀଳତା ପ୍ରସଙ୍ଗ: କାରଣ ଦର୍ଶାଅ ନୋଟିସ ଜାରି କଲେ ଛତ୍ରପୁର ତହସିଲଦାର

April 3, 2026
Latest News

ବ୍ରହ୍ମପୁର ପୌର ନିଗମର ଷ୍ଟାଣ୍ଡିଂ କମିଟି ବୈଠକ

April 3, 2026

ବିବାହ ପ୍ରତିଶ୍ରୁତି ଦେଇ ମହିଳାଙ୍କୁ ପ୍ରତାରଣା: ଅଭିଯୁକ୍ତ ଯୁବକଙ୍କୁ ଗିରଫ କଲା ପୋଲିସ

April 3, 2026

ଆଜି ‘ଗୁଡ ଫ୍ରାଇ ଡେ’: ଜାଣନ୍ତୁ ଏହାକୁ କାହିଁକି ପାଳନ କରାଯାଏ ଓ ଏହି ଦିନର ମହତ୍ତ୍ଵ?

April 3, 2026

୨୦୨୬ ଆଇପିଏଲ: ପ୍ରଥମ ବିଜୟ ପରେ କେଉଁ ସ୍ଥାନରେ ରହିଲା SRH, ଜାଣନ୍ତୁ ପଏଣ୍ଟ ଟେବୁଲ

April 3, 2026

ଦଣ୍ଡ ନାଚରେ ଅଶ୍ଳୀଳତା ପ୍ରସଙ୍ଗ: କାରଣ ଦର୍ଶାଅ ନୋଟିସ ଜାରି କଲେ ଛତ୍ରପୁର ତହସିଲଦାର

April 3, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.