ଭୁବନେଶ୍ବର : ରାଜ୍ୟରେ ଆଉ 9 କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଆଜି ସୁନ୍ଦରଗଡ ଜିଲ୍ଲାରୁ ସର୍ବାଧିକ 3 ଜଣ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଥିବାବେଳେ ସମ୍ବଲପୁର, ଭୁବନେଶ୍ବର, କଟକ, କନ୍ଧମାଳ, ପୁରୀ ଓ ସୁବର୍ଣ୍ଣପୁରରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର ବିଭାଗ ସୂଚନା ଦେଇଛି। ଆଜିର ମୃତକଙ୍କୁ ମିଶାଇ ରାଜ୍ୟରେ ମୋଟ୍ ମୃତକଙ୍କ ସଂଖ୍ୟା 1340କୁ ବୃଦ୍ଧି ହୋଇଛି ।