ଭୁବନେଶ୍ବର : ଆଜି ରାଜଧାନୀ ଭୁବନେଶ୍ବରରୁ 74 ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ନୂତନ 88 କରୋନା ଆକ୍ରାନ୍ତଙ୍କ ମଧ୍ୟରେ 16 ଜଣ କ୍ବାରେଣ୍ଟାଇନ୍ରୁ ଚିହ୍ନଟ ହୋଇଥିବାବେଳେ 58 ଜଣ ଲୋକାଲ କଣ୍ଟାକ୍ଟ କେସ୍ ବୋଲି ବିଏମ୍ସି ଟୁଇଟ୍ ଯୋଗେ ସୂଚନା ଦେଇଛି।
https://twitter.com/bmcbbsr/status/1323222964834238465?s=20
ସେହିପରି ଆଜି 214 ଜଣ ସୁସ୍ଥ ହୋଇଛନ୍ତି । ନୂତନ 74 ଆକ୍ରାନ୍ତଙ୍କୁ ମିଶାଇ ରାଜଧାନୀ ଭୁବନେଶ୍ବରରେ ମୋଟ ସଂକ୍ରମିତଙ୍କ ସଂଖ୍ୟା 29 ହଜାର 310ରେ ପହଞ୍ଚିଛି । ସେହିପରି ଏବେ ସୁଦ୍ଧା 27 ହଜାର 958ଜଣ ସୁସ୍ଥ ହୋଇଥିବାବେଳେ 168ଜଣଙ୍କର ମୃତ୍ୟୁ ହୋଇଛି । ଭୁବନେଶ୍ବର ମହାନଗରରେ ଏବେବି 1 ହଜାର 163ଜଣ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ।


